ମରାମତି ହେଲାନି ରତ୍ନଭଣ୍ଡାର

ପୁରୀ ଅଫିସ,୬ା୭: ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ରହିଛି ମହାପ୍ରଭୁଙ୍କ ବହୁ ଦୁର୍ମୁଲ୍ୟ ରତ୍ନ ଅଳଙ୍କାର। ବାହାର ରତ୍ନଭଣ୍ଡାର ବର୍ଷକୁ ଏକାଧିକ ଥର ଖୋଲାଯାଇଥାଏ। କିନ୍ତୁ ଶେଷଥର ପାଇଁ ୧୯୮୫ରେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ୩୫ବର୍ଷ ହେଲା ରତ୍ନଭଣ୍ଡାର ଗୃହର ସ୍ଥିତି ଯାଞ୍ଚ ହୋଇନାହିଁି। ସେବାୟତମାନେ ଅନେକ ସମୟରେ ରତ୍ନଭଣ୍ଡାରରୁ ପାଣି ଗଳୁଥିବା କଥା ଉଠାଇଛନ୍ତି। ପରିଚାଳନା କମିଟିରେ ବି ରତ୍ନଭଣ୍ଡାର ଖୋଲାଯାଇ ଗୃହର ସ୍ଥିତି ପରଖିବା ପାଇଁ ନିଷ୍ପତ୍ତି ହୋଇଛି। କିନ୍ତୁ ତାହା ବାସ୍ତବ ରୂପ ନେଇପାରି ନାହିଁ। ଥରେ ଚେଷ୍ଟା କରାଯାଇଥିଲେ ସୁଦ୍ଧା ସଫଳତା ମିଳିନାହିଁ। ଇତିମଧ୍ୟରେ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିଥିବାରୁ ବର୍ଷା ବଢ଼ିବ। ତେବେ ଭଣ୍ଡାର ଘର ମରାମତି ହୋଇ ନ ଥିବାରୁ ପାଣି ଗଳିବା ଆଶଙ୍କା ସୃଷ୍ଟି ହୋଇଛି। ମହାପ୍ରଭୁଙ୍କ ଦୁର୍ମୁଲ୍ୟ ରତ୍ନଅଳଙ୍କାର ପ୍ରତି ଏଭଳି ଅଣଦେଖାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଭକ୍ତ ଓ ସେବାୟତ। ଦିଲୀପ ବରାଳ ନାମକ ଭକ୍ତ ଏ ନେଇ ରବିବାର ରାଜ୍ୟପାଳଙ୍କୁ ଚିଠି ଲେଖିଛନ୍ତି। ରତ୍ନଭଣ୍ଡାର ଘରର ଛାତ ସ୍ଥିତି ଭିତରପଟୁ ଯାଞ୍ଚ କରାଯିବା ସହ ମରାମତି ନିମନ୍ତେ ଆଇନ ବିଭାଗ ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେବାକୁ ବରାଳ ଅନୁରୋଧ କରିଛନ୍ତି।
୨୦୧୮ ମାର୍ଚ୍ଚ ୨୦ରେ ବସିଥିଲା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) କର୍ତ୍ତୃପକ୍ଷ ଓ ରତ୍ନଭଣ୍ଡାରରୁ ପାଣି ଗଳୁଥିବା ନେଇ କେତେଜଣ ସେବାୟତଙ୍କ ସୂଚନାକୁ ଆଧାର କରି କମିଟିରେ ରତ୍ନଭଣ୍ଡାର ଗୃହ ସ୍ଥିତି ଯାଞ୍ଚ କରିବା ଲାଗି ନିଷ୍ପତ୍ତି ନିଆଯାଇଥିଲା। ରତ୍ନଭଣ୍ଡାର ସବ୍‌କମିଟି ଉପସ୍ଥିତିରେ ଉକ୍ତ ଗୃହ ଖୋଲାଯିବାକୁ ବୈଠକରେ ଚୂଡ଼ାନ୍ତ ହୋଇଥିଲା। ହେଲେ ଏହାକୁ ନେଇ ଦେଖାଦେଇଥିଲା ବିବାଦ। ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତିକୁ କିଛି ସଙ୍ଗଠନ ବିରୋଧ କରିଥିଲେ। ଏ ସଂକ୍ରାନ୍ତରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହାଇକୋର୍ଟରେ ସତ୍ୟପାଠ ଦାଖଲ କରାଯାଇଥିଲା। ଏହାର ଶୁଣାଣି କରି ରତ୍ନଭଣ୍ଡାର ଗୃହ ସ୍ଥିତି ଯାଞ୍ଚ କରିବା ଲାଗି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ପରେ ରତ୍ନଭଣ୍ଡାର ଖୋଲିବାକୁ ଅନୁମତି ପ୍ରଦାନ ଲାଗି ରାଜ୍ୟ ସରକାରଙ୍କୁ ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖିଥିଲା। ସରକାର ଏଥିଲାଗି ଏକାଧିକ ସର୍ତ୍ତ ରଖି ରତ୍ନଭଣ୍ଡାର ଗୃହର ସ୍ଥିତି ଯାଞ୍ଚ କରିବା ପାଇଁ ଅନୁମତି ଦେଇଥିଲେ। ଏହାପରେ ରତ୍ନଭଣ୍ଡାର ସବ୍‌କମିଟି ବୈଠକ ବସିଥିଲା। କେବଳ ରତ୍ନଭଣ୍ଡାର କାନ୍ଥ ଓ ଛାତର ସ୍ଥିତି ଅନୁଧ୍ୟାନ କରାଯିବ। ଅଳଙ୍କାର ଓ ଆସବାବପତ୍ର କେହି ଛୁଇଁବେ ନାହିଁ ବୋଲି ନିଷ୍ପତ୍ତି ହୋଇଥିଲା। ପରେ ଛତିଶା ନିଯୋଗ ବୈଠକରେ ତାରିଖ ଏବଂ ଏଥିପାଇଁ ଷ୍ଟାଣ୍ଡାର୍ଡ ଅପରେଶନ ପ୍ରୋସିଡ୍ୟୁଓର (ଏସ୍‌ଓପି) ପ୍ରସ୍ତୁତ ହୋଇଥିଲା। ୨୦୧୮ ଏପ୍ରିଲ ୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। କିନ୍ତୁ ଖୋଲାଯାଇ ପାରି ନ ଥିଲା ଭିତର ରତ୍ନଭଣ୍ଡାର। ବହୁ ଆଡମ୍ବରରେ ଲଘୁକ୍ରିୟା ସଦୃଶ ବାହାର ଭଣ୍ଡାରରୁ ଫେରି ଆସିଥିଲେ ଯାଞ୍ଚ ଟିମ୍‌। କୁହାଯାଇଥିଲା ଭିତର ଭଣ୍ଡାର ଖୋଲିବା ଆବଶ୍ୟକ ପଡ଼ିିଲାନି। ବାହାର ଭଣ୍ଡାରରୁ ଭିତର ଭଣ୍ଡାର ସ୍ଥିତି ପରଖାଯାଇଥିଲା। ବାହାର ଭଣ୍ଡାରର କାନ୍ଥ ଓଦା ରହିଥିବାବେଳେ ପ୍ଲାଷ୍ଟର ଦୁର୍ବଳ ଜଣାପଡୁଥିଲା। ଇତିମଧ୍ୟରେ ୨ବର୍ଷରୁ ଊର୍ଦ୍ଧ୍ୱ ବିତିଗଲାଣି, ଏ ପର୍ଯ୍ୟନ୍ତ ଭିତର ଭଣ୍ଡାର ଖୋଲାଗଲାନି କି ଆବଶ୍ୟକ ମରାମତି ହେଲାନାହିଁ।
ପରେ ଜଣାପଡ଼ିିଥିଲା ଭିତରଭଣ୍ଡାର ଚାବି ହଜିଯାଇଥିବାରୁ ତାହା ଖୋଲାଯାଇ ପାରି ନ ଥିଲା। ଏହାକୁ ନେଇ ତୁମ୍ବିତୋଫାନ ହୋଇଥିଲା। ରାଜ୍ୟ ସରକାରଙ୍କୁ ଘେରିଥିଲେ ବିରୋଧୀ। ସରକାର ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ରଘୁବୀର ଦାସଙ୍କୁ କମିଶନ ଭାବେ ନିଯୁକ୍ତ କରାଯାଇଥିଲା। ୨୦୧୮ ନଭେମ୍ବର ୨୮ରେ କମିଶନ ୩୨୪ ପୃଷ୍ଠା ସମ୍ବଳିତ ପୂର୍ଣ୍ଣାଙ୍ଗ ରିପୋର୍ଟ ରାଜ୍ୟ ସରକାରଙ୍କ ନିକଟରେ ଦାଖଲ କରିଥିଲେ। ତଥାପି ଏପର୍ଯ୍ୟନ୍ତ ଭଣ୍ଡାର ଘର ଖୋଲିବା ଦିଗରେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଏହାଦ୍ୱାରା ଭଣ୍ଡାର ଘର ଏବଂ ଏହା ମଧ୍ୟରେ ଥିବା ଦୁର୍ମୂଲ୍ୟ ସମ୍ପଦ ଏବେ ଅସୁରକ୍ଷିତ ହୋଇପଡ଼ିଛି। କ’ଣ ପାଇଁ ଭଣ୍ଡାର ଘର ଖୋଲାଯାଉ ନାହିଁ, କାହିଁକି ମହାପ୍ରଭୁଙ୍କ ରତ୍ନଅଳଙ୍କାର ପ୍ରତି ଅଣଦେଖା କରାଯାଉଛି ବୋଲି ବିଭିନ୍ନ ସଙ୍ଗଠନ ଏବଂ ଭକ୍ତ ପ୍ରଶ୍ନ ଉଠାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri