ହୋଇଗଲା ଫାଇନାଲ୍‌; ସଲମାନ୍‌ ନୁହନ୍ତି ବରଂ ଏହି ଫିଲ୍ମନିର୍ମାତା କରିବେ ବିଗ୍‌ବସ୍‌ ଆଗାମୀ ସଂସ୍କରଣକୁ ହୋଷ୍ଟ !

ବମ୍ବେ: ବହୁ ବିବାଦୀୟ ତଥା ଲୋକପ୍ରିୟ ରିଆଲିଟି ଶୋ’ ବିଗ୍‌ବସ୍‌ ୧୫’କୁ କିଏ ହୋଷ୍ଟ କରିବ ସେ ନେଇ ନାନାଦି କଳ୍ପନାଜଳ୍ପନା ଲାଗି ରହିଥିଲା। ଟେଲିଭିଜନ ବଦଳରେ ଶୋ’ ଏବେ ଓଟିଟି ପ୍ଲାଟଫର୍ମରେ ଆସିବାକୁ ଯାଉଛି। ଦବଙ୍ଗ ଖାନ୍‌ ସଲମାନ ଏହାକୁ ଆୟୋଜନ କରିବେ ନାହିଁ ବୋଲି ଖବର ଆସିଥିଲା। ଏହାପରେ ଅଭିନେତା ତଥା ପ୍ରତିଯୋଗୀ ଥିବା ସିର୍ଦ୍ଧାର୍ଥ ଶୁକ୍ଳାଙ୍କ ନାମ ଚର୍ଚ୍ଚାରେ ରହିଥିଲା। ହେଲେ ଏବେ ସମସ୍ତ ଚର୍ଚ୍ଚା ଉପରେ ବିରାମ ଲାଗିଛି।

ସଲମାନ କିମ୍ବା ସିର୍ଦ୍ଧାର୍ଥ ନୁହଁନ୍ତି, ନିର୍ଦ୍ଦେଶକ କରନ୍‌ ଜୋହର ବିଗ୍‌ବସ ୧୫ ସିଜନ୍‌ ହୋଷ୍ଟ କରିବା ସ୍ପଷ୍ଟ ହୋଇଛି। ଭୁଟ୍‌ ପକ୍ଷରୁ ନିଜର ଅଫିସିଆଲ ସୋସିଆଲ ମିଡିଆ ଆକାଉଣ୍ଟରୁ ଏହି ସୂଚନା ଦିଆଯାଇଛି। ଅଗଷ୍ଟ ୮ରୁ ଭୁଟ୍‌ରେ ଶୋ’ର ପ୍ରସାରଣ କରାଯିବ।

କୁହାଯାଉଛି, ଚଳିତ ସିଜନରେ ବିଗ୍‌ବସ୍‌ର ବିଷୟବସ୍ତୁ ଅଲଗା ହେବ। ଏଣୁ ନିର୍ମାତାମାନେ ଏହାକୁ ଟେଲିଭିଜନରେ ପ୍ରସାରଣ ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ହେଲେ ଏହାର କିଛି ନିୟମ ରହିଛି। ଶୋ’ଟି ଟେଲିଭିଜନରେ ପ୍ରସାରିତ ହେବା ପରେ ସେ ଏହାର ଅଂଶ ହେବେ ବୋଲି ସଲମାନ ସ୍ପଷ୍ଟ ମଧ୍ୟ କରିଛନ୍ତି। ଏଣୁ ଶୋ’ ପ୍ରଥମ ଛଅ ସପ୍ତାହ ଓଟିଟି ପ୍ଲାଟଫର୍ମରେ ପ୍ରଦର୍ଶିତ ହେବା ପରେ ଟେଲିଭିଜନରେ ପ୍ରଦର୍ଶିତ ହେବ। ବିଗ୍‌ ବସ୍‌ର ନୂଆ ସିଜନ୍‌ ଛଅ ମାସ ଅବଧି ବିଶିଷ୍ଟ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri