Posted inଖେଳ

ସଚିନ ନୁହେଁ, ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଭୟ କରୁଥିଲେ ଶୋଏବ ଅଖତର

ନୂଆଦିଲ୍ଲୀ,୧୩।୧୨: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ବିଶ୍ୱର ବଡ଼ ବଡ଼ ବ୍ୟାଟ୍ସମ୍ୟାନ୍‌ଙ୍କୁ ନିଜ ଦ୍ରୁତ ବୋଲିଂରେ ଆଉଟ୍‌ କରିଛନ୍ତି। ଅନେକ ବ୍ୟାଟ୍ସମ୍ୟାନ୍‌ ତାଙ୍କ ବିପକ୍ଷରେ ଖେଳିବା ସହଜ ନ ଥିଲା। ନିକଟରେ ଶୋଏବ ଅଖତର ପ୍ରକାଶ କରିଛନ୍ତି ଯେ, ସଚିନ ତେନ୍ଦୁଲକରଙ୍କ ପରି ଜଣେ ମହାନ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌ କରିବା ଟିକେ ସହଜ ହୋଇଥିଲେ ମଧ୍ୟ ଭାରତର ଓ୍ବାଲ୍‌ଙ୍କୁ ଆଉଟ୍‌ କରିବା ବହୁତ କଷ୍ଟସାଧ୍ୟ ଥିଲା। ରାହୁଲ ଦ୍ରାବିଡଙ୍କୁ ବୋଲିଂ କରିବା ତାଙ୍କ ପାଇଁ ଅତ୍ୟନ୍ତ କଷ୍ଟସାଧ୍ୟ ଥିଲା। ଦ୍ରାବିଡଙ୍କ ଉତ୍ସର୍ଗୀକୃତତା ଏବଂ ଦକ୍ଷତା ହେତୁ ସେ ସବୁ ବୋଲର୍‌ଙ୍କୁ ସହଜରେ ଖେଳୁଥିଲେ। ସଚିନ ତେନ୍ଦୁଲକରଙ୍କ ଅପେକ୍ଷା ରାହୁଲ ଦ୍ରାଭିଡ ଅଧିକ ବିପଜ୍ଜନକ ବୋଲି ସେ କହିଛନ୍ତି।
ଶୋଏବ ଅଖତର ଭାରତ ବିପକ୍ଷରେ ୧୦ଟି ଟେଷ୍ଟ ଖେଳି ୧୮ ଉଇକେଟ ନେଇଥିଲେ। ସେହିପରି ଭାରତ ବିପକ୍ଷରେ ୨୮ଟି ଦିନିକିଆରେ ୪୧ ଉଇକେଟ ନେଇଥିଲେ। ରାହୁଲ ଦ୍ରାବିଡ ଏବଂ ଶୋଏବ ଅଖତର ଥରେ ପଡ଼ିଆରେ ଝଗଡା କରିଥିଲେ। ୨୦୦୪ରେ ଚାମ୍ପିଅନ୍ସ ଟ୍ରଫିର ଇଣ୍ଡୋ-ପାକ ମ୍ୟାଚ ସମୟରେ ଏହି ଘଟଣା ଘଟିଥିଲା। ବର୍ମିଂହାମ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ସର୍ବଦା ଶାନ୍ତ ଥିବା ରାହୁଲ ଦ୍ରାବିଡ଼ ଅଖତରଙ୍କ ସହ ଝଗଡା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

କାଳବୈଶାଖୀ ତାଣ୍ଡବ: ଟଳିପଡ଼ିଲେ ଗୋଟିଏ ପରେ ଗୋଟିଏ ଗୋରୁ…

ମୋହନା,୪।୩(ମନ୍ମଥ ମିଶ୍ର): କାଳବୈଶାଖୀରେ ଆଖି ବୁଜିଲେ ୪ ଗୋରୁ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ମେରାପଲ୍ଲୀ ପଞ୍ଚାୟତ ବନ୍ଧାଗୁଡା ଗାଁରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri