ଖଣି ଉପନିର୍ଦ୍ଦେଶକଙ୍କ ଘର ନୁହେଁ ତ ଟଙ୍କାର ଗନ୍ତାଘର,ବାହାରୁଛି ପୁଳାପୁଳା ଟଙ୍କା ସୁନା

ତାଳଚେର,୨ା୯(ମନୋଜ ନନ୍ଦ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ ଚାଲିଥିବା ଜଣାପଡ଼ିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ ଏହି ଚଢ଼ାଉ ଜାରି ରଖିଛି। ଚଢାଉ ବେଳେ ଖଣି ଅଫିସରଙ୍କ ଘରୁ ଟଙ୍କାର ଗନ୍ତା ଘର ମିଳିଛି। ଏବେ ସୁଦ୍ଧା ଭୁବନେଶ୍ବର ସୁରେଖା ଅର୍ଚିଡ ଆପାର୍ଟମେଣ୍ଟ ଘରୁ ପୁଳା ପୁଳା ଟଙ୍କା ଦାମୀ ଘଣ୍ଟା, ସୁନା ଅଳଙ୍କାର ରୁପା ସାମଗ୍ରୀ ଜବତ ହୋଇଛି। ଏହି ଘରେ ଧରଣୀଧର ରହୁଥିବା ବେଳେ ଏହି ଘରର ମୂଲ୍ୟ ପାଖାପାଖି ୧ କୋଟି ୫୦ ଲକ୍ଷ ଟଙ୍କା ହେବ।

ସେହିଭଳି ସୁନ୍ଦରପଦାରେ ଦୁଇମହଲା କୋଠା ରହିଛି,ଯାହାର ମୂଲ୍ୟ ୫୫ ଲକ୍ଷ ଟଙ୍କା। କେନ୍ଦୁଝର ତେଲକୋଇରେରେ ୩ ଟି ମାର୍କେଟ କମ୍ପ୍ଲେକ୍ସ ୨ଟି ଦୁଇମହଲା ବିଶିଷ୍ଟ ଓ ଗୋଟିଏ ଏକ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ଠାବ କରିଛି ଭିଜିଲାନ୍ସ ବିଭାଗ। କେନ୍ଦୁଝର, ଅନଗୋଳ, ଭୁବନେଶ୍ବର, କଟକରେ ଏକାଧିକ ପ୍ଲଟ ମଧ୍ୟ ରହିଥିବା ଜଣା ପଡ଼ିଛି। କେବଳ ସେତିକି ନୁହେଁ ବାବୁଙ୍କର୍‌ ବ୍ୟାଙ୍କ ଜମା ୧୦ ଲକ୍ଷ ଟଙ୍କା ଥିବା ବେଳେ ୧୬ ଲକ୍ଷ ଟଙ୍କା ଫିକ୍ସ ଡିପୋଜିଟ ରହିଛି ।

ସବୁଠୁ ଆଶ୍ଚର୍ଯ୍ୟର କଥା ୨୦ ବର୍ଷରେ ଶୁଝିବା ପାଇଁ ଆଣିଥିବା ୧ କୋଟି ୧୩ ଲକ୍ଷ ଟଙ୍କାକୁ ମାତ୍ର ୨ ବର୍ଷରେ ଶୁଝି ଦେଇ ଭିଜିଲାନ୍ସ ଆଖିଆଗକୁ ଆସିଛନ୍ତି। ଭୁବନେଶ୍ୱର ଘରକୁ ଛାଡ଼ିଦେଲେ ତାଳଚେର ଘରୁ ମଧ୍ୟ ମିଳିଛି ପୁଳା ପୁଳା ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri