ଖଣି ଉପନିର୍ଦ୍ଦେଶକଙ୍କ ଘର ନୁହେଁ ତ ଟଙ୍କାର ଗନ୍ତାଘର,ବାହାରୁଛି ପୁଳାପୁଳା ଟଙ୍କା ସୁନା

ତାଳଚେର,୨ା୯(ମନୋଜ ନନ୍ଦ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ସୋମବାର ଭିଜିଲାନ୍ସ ବିଭାଗ ପକ୍ଷରୁ ବଡ଼ଧରଣର ରେଡ ଚାଲିଛି। ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ଏହି ରେଡ ଚାଲିଥିବା ଜଣାପଡ଼ିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ ଏହି ଚଢ଼ାଉ ଜାରି ରଖିଛି। ଚଢାଉ ବେଳେ ଖଣି ଅଫିସରଙ୍କ ଘରୁ ଟଙ୍କାର ଗନ୍ତା ଘର ମିଳିଛି। ଏବେ ସୁଦ୍ଧା ଭୁବନେଶ୍ବର ସୁରେଖା ଅର୍ଚିଡ ଆପାର୍ଟମେଣ୍ଟ ଘରୁ ପୁଳା ପୁଳା ଟଙ୍କା ଦାମୀ ଘଣ୍ଟା, ସୁନା ଅଳଙ୍କାର ରୁପା ସାମଗ୍ରୀ ଜବତ ହୋଇଛି। ଏହି ଘରେ ଧରଣୀଧର ରହୁଥିବା ବେଳେ ଏହି ଘରର ମୂଲ୍ୟ ପାଖାପାଖି ୧ କୋଟି ୫୦ ଲକ୍ଷ ଟଙ୍କା ହେବ।

ସେହିଭଳି ସୁନ୍ଦରପଦାରେ ଦୁଇମହଲା କୋଠା ରହିଛି,ଯାହାର ମୂଲ୍ୟ ୫୫ ଲକ୍ଷ ଟଙ୍କା। କେନ୍ଦୁଝର ତେଲକୋଇରେରେ ୩ ଟି ମାର୍କେଟ କମ୍ପ୍ଲେକ୍ସ ୨ଟି ଦୁଇମହଲା ବିଶିଷ୍ଟ ଓ ଗୋଟିଏ ଏକ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ଠାବ କରିଛି ଭିଜିଲାନ୍ସ ବିଭାଗ। କେନ୍ଦୁଝର, ଅନଗୋଳ, ଭୁବନେଶ୍ବର, କଟକରେ ଏକାଧିକ ପ୍ଲଟ ମଧ୍ୟ ରହିଥିବା ଜଣା ପଡ଼ିଛି। କେବଳ ସେତିକି ନୁହେଁ ବାବୁଙ୍କର୍‌ ବ୍ୟାଙ୍କ ଜମା ୧୦ ଲକ୍ଷ ଟଙ୍କା ଥିବା ବେଳେ ୧୬ ଲକ୍ଷ ଟଙ୍କା ଫିକ୍ସ ଡିପୋଜିଟ ରହିଛି ।

ସବୁଠୁ ଆଶ୍ଚର୍ଯ୍ୟର କଥା ୨୦ ବର୍ଷରେ ଶୁଝିବା ପାଇଁ ଆଣିଥିବା ୧ କୋଟି ୧୩ ଲକ୍ଷ ଟଙ୍କାକୁ ମାତ୍ର ୨ ବର୍ଷରେ ଶୁଝି ଦେଇ ଭିଜିଲାନ୍ସ ଆଖିଆଗକୁ ଆସିଛନ୍ତି। ଭୁବନେଶ୍ୱର ଘରକୁ ଛାଡ଼ିଦେଲେ ତାଳଚେର ଘରୁ ମଧ୍ୟ ମିଳିଛି ପୁଳା ପୁଳା ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri