ବ୍ୟବସ୍ଥା ନୁହେଁ, ମୋଦି ସରକାର ବିଫଳ

ନୂଆଦିଲ୍ଲୀ,୮ା୫: କୋଭିଡ୍‌-୧୯ ସଙ୍କଟରୁ ଦେଶକୁ ମୁକୁଳାଇବାରେ ବ୍ୟବସ୍ଥା ବିଫଳ ହୋଇନାହିଁ, ବରଂ ମୋଦି ସରକାର ବିଫଳ ହୋଇଛନ୍ତି ବୋଲି ଶୁକ୍ରବାର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସମାଲୋଚନା କରିଛନ୍ତି।
ମହାମାରୀ କରୋନା ସ୍ଥିତିକୁ ନେଇ କଂଗ୍ରେସ ପାର୍ଲାମେଣ୍ଟାରି ପାର୍ଟିର ଭର୍ଚୁଆଲ ବୈଠକରେ ସମ୍ବୋଧିତ କରି ସୋନିଆ କହିଛନ୍ତି, ଭାରତରେ ଅନେକ ଶକ୍ତି ଓ ସମ୍ବଳ ରହିଛି। ସେହିସବୁ ସମ୍ବଳକୁ ମୋଦି ସରକାର ସକାରାମତ୍କ ଭାବେ ଉପଯୋଗ କରିବାରେ ବିଫଳ ହୋଇଛନ୍ତି। କୋଭିଡ୍‌ ମୁକାବିଲା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲେଖିଥିବା ଚିଠିକୁ ସେ ଗୁରୁତ୍ୱ ଦେଇନାହାନ୍ତି। ସରକାର ନିଜ ପାଖରେ ହିଁ ସବୁ ଉତ୍ତର ଅଛି ବୋଲି ମନେକରି ସହାୟକ ପଦକ୍ଷେପର ପ୍ରସ୍ତାବକୁ ଅଣଦେଖା କରିଛନ୍ତି। ଏହି ଯୁଦ୍ଧ ‘ସରକାର ବନାମ ଆମେ’ ନୁହେଁ, ବରଂ ‘ଆମେ ବନାମ କରୋନା’। ତେଣୁ ସ୍ଥାୟୀ କମିଟି ବୈଠକ ଡକାଯାଉ ବୋଲି ସୋନିଆ ଦାବି କରିଛନ୍ତି। ସେହିପରି ସମସ୍ତଙ୍କୁ ମାଗଣାରେ ଟିକାକରଣ ପାଇଁ ୨୦୨୧ ବଜେଟରେ ୩୫,୦୦୦ କୋଟି ଟଙ୍କା ଆବଣ୍ଟନ କରିବା ସତ୍ତ୍ୱେ ମୋଦି ସରକାରଙ୍କ ଅକ୍ଷମତା ଯୋଗୁ ଭାକ୍ସିନ ନୀତି ବିଫଳ ହୋଇଛି। ଏଥିଯୋଗୁ ଲକ୍ଷ ଲକ୍ଷ ଦଳିତ, ଆଦିବାସୀ ଓ ଅନ୍ୟ ପଛୁଆ ବର୍ଗ ଏବଂ ଗରିବ ତଥା ବଞ୍ଚତ୍ତ ବର୍ଗ ଭାକ୍ସିନ ପାଇପାରିବେ ନାହିଁ। ଲୋକଙ୍କ ପ୍ରତି ଥିବା ଉତ୍ତରଦାୟିତ୍ୱରୁ ମୋଦି ସରକାର ମୁହଁ ମୋଡ଼ିଦେବା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ବୋଲି ସୋନିଆ କହିଛନ୍ତି। ଅନ୍ୟପକ୍ଷରେ ନିକଟରେ ଶେଷ ହୋଇଥିବା ପଶ୍ଚିମବଙ୍ଗ, ତାମିଲନାଡୁ, କେରଳ, ଆସାମ ଓ ପଣ୍ଡିଚେରୀ ବିଧାନସଭା ନିର୍ବାଚନର ଫଳାଫଳ ଅତ୍ୟନ୍ତ ନୈରାଶ୍ୟଜନକ। କଂଗ୍ରେସର ଏଭଳି ଖରାପ ପ୍ରଦର୍ଶନ ଆଶା କରାଯାଉ ନ ଥିଲା। ଏହା ଉପରେ ସିଡବ୍ଲ୍ୟୁସି ଖୁବ୍‌ ଶୀଘ୍ର ସମୀକ୍ଷା କରିବ ବୋଲି ସଂସଦୀୟ ଦଳ ବୈଠକରେ ସୋନିଆ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?