ନିର୍ବାଚନ ପ୍ରଚାର ପାଇଁ ନ ଆସିବାକୁ ନିବେଦନ

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଉପଲଡା ପଞ୍ଚାୟତ ଅଧୀନ ଚନ୍ଦନଖଳା ଗ୍ରାମକୁ ମାତ୍ର ପ୍ରାୟ ୭୦୦ ମିଟର ରାସ୍ତା ହୋଇପାରୁ ନ ଥିବାକୁ ନେଇ ଉଭୟ ଗୋଷାଣି ଏବଂ ଗୁମ୍ମା ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳବାସୀଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି। ଚଳିତ ନିର୍ବାଚନରେ ଭୋଟ ଦେବୁନାହିଁ ଏବଂ କୌଣସି ରାଜନୈତିକ ଦଳ ପ୍ରଚାର ବା ଭୋଟ ଭିକ୍ଷା ନିମନ୍ତେ ଗ୍ରାମାଞ୍ଚଳକୁ ଅଯଥା ଟଙ୍କା ଓ ସମୟ ଅପଚୟ କରି ନ ଆସନ୍ତୁ ବୋଲି ଗଣମାଧ୍ୟମ ମାଧ୍ୟମରେ ନିବେଦନ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଚନ୍ଦନ ଖଳା ଗ୍ରାମ ରାସ୍ତା ନିର୍ମାଣ ନିମନ୍ତେ ବହୁବାର ଅଭିଯୋଗ ହୋଇଆସୁଛି। ଏନେଇ ଜିଲାପାଳଙ୍କଠାରୁ ଆରମ୍ଭ କରି ବିଭାଗୀୟ କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ପ୍ରଶାସନକୁ ବାରମ୍ବାର ଗୁହାରି କରି ନୟାନ୍ତ ହେଲେଣି । ଗତ ମାସରେ ମଧ୍ୟ ଉଭୟ ବ୍ଲକବାସୀ ଜିଲାପାଳଙ୍କ ଦ୍ବାରସ୍ଥ ହୋଇଥିଲେ। ଜିଲାପାଳ ମଧ୍ୟ ରାସ୍ତା ଅଞ୍ଚଳ ବୁଲି ଦେଖିଥିଲେ। ହେଲେ ରାସ୍ତା ନିର୍ମାଣ ସକାଶେ କୌଣସି ଅଗ୍ରଗତି ହେଉ ନଥିବା ଯୋଗୁଁ  ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷର ଦାନା ବାନ୍ଧିଛି । ଉଭୟ ବ୍ଲକର ସୀମାନ୍ତ ଗ୍ରାମବାସୀ ଭୋଟ ବର୍ଜନ ନିମନ୍ତେ ନିଷ୍ପତ୍ତି ନେଇଥିବା କହିଛନ୍ତି।
ଅଞ୍ଚଳବାସୀଙ୍କ କହିବା ମୁତାବକ, ଏହି ଗତ ୩୦ବର୍ଷ ପୂର୍ବେ ମାଟି ରାସ୍ତା ନିର୍ମିତ ହୋଇଥିଲା। ଏହାପରେ ଆଉ ରାସ୍ତା ନିର୍ମାଣ ନିମନ୍ତେ କୌଣସି ପଦକ୍ଷେପ ନିଆଯାଇ ପାରି ନ ଥିବା କହିଛନ୍ତି। ଗତ ୨୦୧୮-୧୯ରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୪୨ଲକ୍ଷ ଟଙ୍କା ବ୍ୟୟବରାଦରେ ଟେଣ୍ଡର ହୋଇଥିଲା। ହେଲେ ଠିକାଦାର ଜଣକ ଟେଣ୍ଡର ପାଇଥିଲେ ମଧ୍ୟ କୌଣସି କାରଣରୁ କାମ ନ କରି ଛାଡିଦେଇଥିଲେ। ମାତ୍ର ୭୦୦ ମିଟର ରାସ୍ତା ନିର୍ମାଣ ହୋଇପାରୁ ନଥିବା ଯୋଗୁଁ  ଉଭୟ ବ୍ଲକର ପ୍ରାୟ ଦଶରୁ ଊର୍ଦ୍ଧ୍ୱ ଗ୍ରାମବାସୀଙ୍କ ଯାତାୟତରେ ନାନାଦି ସମସ୍ୟା ଦେଖାଦେଉଛି। ଜରୁରୀକାଳୀନ ପରିସ୍ଥିତିରେ ଆମ୍ବୁଲାନ୍ସ କିମ୍ବା ଫାୟାର ଗାଡି, ବିଭିନ୍ନ ବିଦ୍ୟାଳୟ ତଥା କଲେଜକୁ ଯାଉଥିବା ଛାତ୍ରଛାତ୍ରୀ, ଚିକିତ୍ସା ନିମନ୍ତେ ପାରଳାଖେମୁଣ୍ଡି ସହର କିମ୍ବା ଉପଲଡା ଆଦି ହସ୍ପିଟାଲକୁ ଯିବାଆସିବାରେ ବହୁ ସମସ୍ୟା ସୃଷ୍ଟି ହେଉଥିବା ଜଣାଇଛନ୍ତି। ଏହି ଗ୍ରାମ୍ୟ ରାସ୍ତାରେ ଗୋଷାଣି ବ୍ଲକର ଚନ୍ଦନଖଳା ଆଦି ସହ ବିଭିନ୍ନ ଗ୍ରାମ ସମେତ ଗୁମ୍ମା ବ୍ଲକର କ୍ଷେତଡା, ଏଲୁଗୁଣ୍ଠା, ଆରିଲି, ଅଙ୍ଗରଡା, ବିତିସିଂ, ନାମନଗଡ, ଅଜୟଗଡ ପ୍ରଭୂତି ୧୦ଗ୍ରାମକୁ ସଂଯୋଗ କରୁଛି। ଗୁମ୍ମା ବ୍ଲକର ଉଲ୍ଲେଖିତ ଗ୍ରାମାଞ୍ଚଳର ଲୋକେ ଗୋଷାଣି ବ୍ଲକର ପାଟିକୋଟା, ଉପଲଡା, ବାଘଶଳା, ଗୋଷାଣି ଆଦି ଗ୍ରାମାଞ୍ଚଳକୁ ଯିବା ପାଇଁ ସ୍ବଳ୍ପଦୂରତା ହେଉଥିବାରୁ ଏହି ରାସ୍ତା ଉପରେ ମୁଖ୍ୟତଃ ନିର୍ଭର କରିଥାନ୍ତି। ଉଭୟ ବ୍ଲକର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣ ଏହି ରାସ୍ତା ଉପରେ ନିର୍ଭର କରିଥାନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri