Posted inଜାତୀୟ

ଅନୁଶାସନହୀନତା ପାଇଁ ତାଗିଦ୍‌ ଆତ୍ମହତ୍ୟା କରିବାକୁ ଉସୁକାଇବା ନୁହେଁ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୧୦: ଅନୁଶାସନହୀନତା ପାଇଁ କୌଣସି ଶିକ୍ଷାର୍ଥୀ ତାଗିଦ୍‌ କରିବା ଆତ୍ମହତ୍ୟା କରିବାକୁ ଉସୁକାଇବା ନୁହେଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସର୍ବୋଚ୍ଚ ଅଦାଲତ କହିଛନ୍ତି ଛାତ୍ରୀ ଛାତ୍ରଙ୍କୁ ମାଡ ମାରିବା ଠିକ ନୁହେଁ, ଏହାର ଅର୍ଥ ନୁହେଁ ଯେ, କୌଣସି ଶିକ୍ଷକ କିମ୍ବା ବିଦ୍ୟାଳୟ କର୍ତ୍ତୃପକ୍ଷ ଛାତ୍ରୀ ଛାତ୍ରଙ୍କ ଅନୁଶାସନହୀନତା ପ୍ରତି ଦୃଷ୍ଟି ନ ଦେଇ ଆଖିବୁଜି ଦେବେ।
ଛାତ୍ରୀ ଛାତ୍ରମାନଙ୍କୁ ଶୃଙ୍ଖଳା ଶିକ୍ଷା ଦେବା ଶିକ୍ଷକଙ୍କ କର୍ତ୍ତବ୍ୟ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। କ୍ଲାସରେ ଧ୍ୟାନ ନ ଦେବା, ଠିକ ଭାବେ ପାଠ ନ ପଢ଼ିବା କିମ୍ବା ଶ୍ରେଣୀ ଏବଂ ବିଦ୍ୟାଳୟରେ ଅନୁପସ୍ଥିତ ଥିବାରୁ ଜଣେ ଛାତ୍ରଙ୍କୁ ତାଗିଦ୍‌ କରିବା ଏକ ସାଧାରଣ କଥା ।
ସ୍କୁଲ ଶିକ୍ଷକଙ୍କ ବିରୋଧରେ ପଞ୍ଜିକୃତ ହୋଇଥିବା ଏଫ୍‌ଆଇଆର୍‌କୁ ଖାରଜ କରିବାବେଳେ କୋର୍ଟ ଏହି ମନ୍ତବ୍ୟ ଦେଇଛନ୍ତି। ଜଣେ ଶ୍ରେଣୀ ନବମ ଛାତ୍ରଙ୍କୁ ଆତ୍ମହତ୍ୟା କରିବାକୁ ଉସୁକାଇବା ଅଭିଯୋଗରେ ଭାରତୀୟ ଦଣ୍ଡ ସଂହିତା ଧାରା ୩୦୬ ଅନୁଯାୟୀ ଶିକ୍ଷକଙ୍କ ବିରୋଧରେ ଏକ ଏଫଆଇଆର୍‌ ପଞ୍ଜିକୃତ ହୋଇଥିଲା।

ବିଚାରପତି ଏସ୍‌.ନାଜିର ଏବଂ କୃଷ୍ଣ ମୁରାରୀଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ପକ୍ଷରୁ କୁହାଯାଇଛି ଯେ ଜଣେ ଶିକ୍ଷକ କିମ୍ବା ବିଦ୍ୟାଳୟର ଅଧିକାରୀଙ୍କ ଦ୍ୱାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା, ଜଣେ ଛାତ୍ରଙ୍କୁ ତାଗିଦ କରିବା ଆତ୍ମହତ୍ୟା ପାଇଁ ଉସୁକାଇବା ନୁହେଁ। ଖଣ୍ଡପୀଠ ରାଜସ୍ଥାନ ହାଇକୋର୍ଟଙ୍କ ଆଦେଶକୁ ଖାରଜ କରିଛନ୍ତି। ହାଇକୋର୍ଟ ଜଣେ ଛାତ୍ରଙ୍କ ଆତ୍ମହତ୍ୟା ଅଭିଯୋଗରେ ପିଟି ଶିକ୍ଷକଙ୍କ ବିରୋଧରେ ଦାଖଲ ହୋଇଥିବା ଏପ୍‌ଆଇଆର ବନ୍ଦ କରିବାକୁ ମନା କରିଦେଇଛି।
ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଜୟପୁରର ତେନଓ୍ବାସ୍ଥିତ ସେଣ୍ଟ ଜାଭିୟର ସ୍କୁଲର ପିଟି ଶିକ୍ଷକ ଜିଓ ଭର୍ଗିଜ୍‌ଙ୍କ ଦ୍ୱାରା ସୁପ୍ରିମ୍‌କୋର୍ଟରେ ଆବେଦନ କରାଯାଇଥିଲା। ଏହାର ଶୁଣାଣି କରି ସର୍ବୋଚ୍ଚ ଅଦାଲତରେ ଏଭଳି ରାୟ ଦେିଛନ୍ତି। ବିଦ୍ୟାଳୟର ନବମ ଶ୍ରେଣୀରେ ପଢୁଥିବା ଜଣେ ଛାତ୍ର ୨୬ ଏପ୍ରିଲ ୨୦୧୮ରେ ଆତ୍ମହତ୍ୟା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri