ଓଡିଆ ନ ଜାଣିବା ମହଙ୍ଗା ପଡ଼ିଲା: ଆର୍ଯ୍ୟପଲ୍ଲୀ ସରପଞ୍ଚଙ୍କ ପଦବୀ ଅସିଦ୍ଧ

ଛତ୍ରପୁର,୧୯।୩(ଡି.ଏନ.ଏ): ଓଡିଆ ଲେଖାପଢ଼ା ଜାଣି ନ ଥିବା କାରଣରୁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସରପଞ୍ଚ ଏମ୍‌ .ଲକ୍ଷ୍ମୀଙ୍କ ପଦବୀ ଅସିଦ୍ଧ ଘୋଷଣା ହୋଇଛି। ଛତ୍ରପୁର ସିଭିଲ ଜଜ୍‌ ଜୁନିୟର ଡିଭିଜନ ବିଚାରପତି ସନ୍ତୋଷ କୁମାର ପାଣିଗ୍ରାହୀ ଗୁରୁବାର ଏହି ରାୟ ପ୍ରକାଶ କରିଛନ୍ତି। ୨୦୧୭ ପଞ୍ଚାୟତ ନିର୍ବାଚନରେ ଏମ୍‌. ଲକ୍ଷ୍ମୀ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ସେ ସମୟରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ପି. ଦମୟନ୍ତୀଙ୍କ ପକ୍ଷରୁ ଲକ୍ଷ୍ମୀଙ୍କ ବିରୋଧରେ ୨୦୧୭ ମାର୍ଚ୍ଚ ୧ରେ ଛତ୍ରପୁର ସିଭିଲ କୋର୍ଟରେ ଏକ ପିଟିଶନ (ନଂ.୧/୧୭) ଦାଖଲ କରାଯାଇଥିଲା। ଲକ୍ଷ୍ମୀ ଆନ୍ଧ୍ରର ଝିଅ, ସେ ଓଡିଆ ଲେଖିପଢି ଜାଣି ନାହାନ୍ତି ଏବଂ ନାମାଙ୍କନ ଦାଖଲ ବେଳେ ଜାଲ୍‌ ଓବିସି ପ୍ରମାଣପତ୍ର ଦେଇଥିବା ନେଇ ଉକ୍ତ ପିଟିଶନରେ ଦର୍ଶାଯାଇଥିଲା। ଏହି ମାମଲାର ଶୁଣାଣି କରି ଲକ୍ଷ୍ମୀ ଓଡିଆ ଲେଖିପଢି ଜାଣି ନ ଥିବା ଏବଂ ଜାଲ ପ୍ରମାଣପତ୍ର ଦାଖଲ କରିଥିବାରୁ ତାଙ୍କ ସରପଞ୍ଚ ପଦବୀକୁ ବିଚାରପତି ଅସିଦ୍ଧ ଘୋଷଣା କରିଛନ୍ତି। ଏହା ଉପରେ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଗଞ୍ଜାମ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଦମୟନ୍ତୀଙ୍କ ପକ୍ଷରୁ ଓକିଲ ପଦ୍ମଚରଣ ସାହୁ, ସରକାରଙ୍କ ପକ୍ଷରୁ ମନୋଜ ପାଢୀ ମାମଲା ପରିଚାଳନା କରୁଥିଲେ। ସୂଚନାଯୋଗ୍ୟ, ଗତ ୫ ତାରିଖରେ ମଧ୍ୟ ଓଡିଆ ଲେଖାପଢା ଜାଣି ନ ଥିବା ନେଇ ଛତ୍ରପୁର ବ୍ଲକ ଅଗସ୍ତିନୂଆଗାଁ ସରପଞ୍ଚ ପି. ସୀମାଦ୍ରିଙ୍କ ପଦବୀ ରଦ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri