ଓଡିଆ ନ ଜାଣିବା ମହଙ୍ଗା ପଡ଼ିଲା: ଆର୍ଯ୍ୟପଲ୍ଲୀ ସରପଞ୍ଚଙ୍କ ପଦବୀ ଅସିଦ୍ଧ

ଛତ୍ରପୁର,୧୯।୩(ଡି.ଏନ.ଏ): ଓଡିଆ ଲେଖାପଢ଼ା ଜାଣି ନ ଥିବା କାରଣରୁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସରପଞ୍ଚ ଏମ୍‌ .ଲକ୍ଷ୍ମୀଙ୍କ ପଦବୀ ଅସିଦ୍ଧ ଘୋଷଣା ହୋଇଛି। ଛତ୍ରପୁର ସିଭିଲ ଜଜ୍‌ ଜୁନିୟର ଡିଭିଜନ ବିଚାରପତି ସନ୍ତୋଷ କୁମାର ପାଣିଗ୍ରାହୀ ଗୁରୁବାର ଏହି ରାୟ ପ୍ରକାଶ କରିଛନ୍ତି। ୨୦୧୭ ପଞ୍ଚାୟତ ନିର୍ବାଚନରେ ଏମ୍‌. ଲକ୍ଷ୍ମୀ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ସେ ସମୟରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ପି. ଦମୟନ୍ତୀଙ୍କ ପକ୍ଷରୁ ଲକ୍ଷ୍ମୀଙ୍କ ବିରୋଧରେ ୨୦୧୭ ମାର୍ଚ୍ଚ ୧ରେ ଛତ୍ରପୁର ସିଭିଲ କୋର୍ଟରେ ଏକ ପିଟିଶନ (ନଂ.୧/୧୭) ଦାଖଲ କରାଯାଇଥିଲା। ଲକ୍ଷ୍ମୀ ଆନ୍ଧ୍ରର ଝିଅ, ସେ ଓଡିଆ ଲେଖିପଢି ଜାଣି ନାହାନ୍ତି ଏବଂ ନାମାଙ୍କନ ଦାଖଲ ବେଳେ ଜାଲ୍‌ ଓବିସି ପ୍ରମାଣପତ୍ର ଦେଇଥିବା ନେଇ ଉକ୍ତ ପିଟିଶନରେ ଦର୍ଶାଯାଇଥିଲା। ଏହି ମାମଲାର ଶୁଣାଣି କରି ଲକ୍ଷ୍ମୀ ଓଡିଆ ଲେଖିପଢି ଜାଣି ନ ଥିବା ଏବଂ ଜାଲ ପ୍ରମାଣପତ୍ର ଦାଖଲ କରିଥିବାରୁ ତାଙ୍କ ସରପଞ୍ଚ ପଦବୀକୁ ବିଚାରପତି ଅସିଦ୍ଧ ଘୋଷଣା କରିଛନ୍ତି। ଏହା ଉପରେ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଗଞ୍ଜାମ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଦମୟନ୍ତୀଙ୍କ ପକ୍ଷରୁ ଓକିଲ ପଦ୍ମଚରଣ ସାହୁ, ସରକାରଙ୍କ ପକ୍ଷରୁ ମନୋଜ ପାଢୀ ମାମଲା ପରିଚାଳନା କରୁଥିଲେ। ସୂଚନାଯୋଗ୍ୟ, ଗତ ୫ ତାରିଖରେ ମଧ୍ୟ ଓଡିଆ ଲେଖାପଢା ଜାଣି ନ ଥିବା ନେଇ ଛତ୍ରପୁର ବ୍ଲକ ଅଗସ୍ତିନୂଆଗାଁ ସରପଞ୍ଚ ପି. ସୀମାଦ୍ରିଙ୍କ ପଦବୀ ରଦ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri