Posted inଜାତୀୟ

ପରିବାର ଶାନ୍ତି ପାଇଁ ଚିକିତ୍ସା ନ କରିବା ଜୀବନସାଥୀଙ୍କ ପ୍ରତି କ୍ରୁରତା, ଛାଡ଼ପତ୍ର ନିଷ୍ପତ୍ତିକୁ କାଏମ୍‌ ରଖିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୨୯।୧ : ଶାରୀରିକ ସମସ୍ୟାର ଚିକିତ୍ସା ନ କରିବା ମଧ୍ୟ ଜୀବନସାଥୀଙ୍କ ପ୍ରତି କ୍ରୁରତା। ଏହା ଦ୍ୱାରା ପରିବାରର ଶାନ୍ତି ବ୍ୟହତ ହୋଇଥାଏ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଦାମ୍ପତ୍ୟ ଜୀବନରେ ସନ୍ତୁଳନ ଏଭଳି ଘଟଣା ଦ୍ୱାରା ବିଗିଡ଼ି ଯାଇଥାଏ। ଏହା ସହିତ କୋର୍ଟ ପରିବାର ଅଦାଲତର ଛାଡ଼ପତ୍ର ନିଷ୍ପତ୍ତିକୁ କାଏମ୍‌ ରଖିଛନ୍ତି।

ବିଚାରପତି ଏ. ମହମ୍ମଦ ମୁସ୍ତାକ ଏବଂ ସୋଫି ଥୋମାସ୍‌ଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ଛାଡ଼ପତ୍ର ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି।

୧୯୮୮ ଅକ୍ଟୋବରରେ ହୋଇଥିବା ଏକ ବିବାହ ହୋଇଥିଲା। ଦମ୍ପତିଙ୍କର ୨ ଜଣ କନ୍ୟା ସନ୍ତାନ ମଧ୍ୟ ଜନ୍ମ ହୋଇଥିଲେ। ସ୍ତ୍ରୀଙ୍କ ବିରୋଧରେ ସ୍ବାମୀ ଅଭିଯୋଗ ଆଣିଥିଲେ। ସ୍ତ୍ରୀଙ୍କର ମାନସିକ ସମସ୍ୟାର ଚିକିତ୍ସା ଇଞ୍ଜିୟର ସ୍ବାମୀ କରିବା ଲାଗି ବାରମ୍ବାର ଡାକ୍ତରଙ୍କ ପାଖକୁ ନେଇଥିଲେ।

ମାତ୍ର ସ୍ତ୍ରୀ ଚିକିତ୍ସା ଲାଗି କୌଣସି ଆଗ୍ରହ ପ୍ରକାଶ କରି ନ ଥିଲେ। ବରଂ ସେ ସ୍ବାମୀଙ୍କୁ ଧମକଚମକ ଦେବା ସହ ରାତିରେ ଶୋଇଥିବା ସମୟରେ ଗଳାକାଟି ହତ୍ୟା କରିବାକୁ ଭୟଭୀତ କରାଉଥିଲେ। ଏହା ଦ୍ୱାରା ପାରିବାରିକ ଶାନ୍ତି ବ୍ୟହତ ହେବା ସହିତ ସ୍ବାମୀ ଏବଂ ଦୁଇ କନ୍ୟା ଆତଙ୍କିତ ଅବସ୍ଥାରେ ରହୁଥିଲେ।

ଏନେଇ ସ୍ବାମୀ ପରିବାର ଅଦାଲତର ଆଶ୍ରୟ ନେଇଥିଲେ। ଅଦାଲକ ସ୍ବାମୀଙ୍କ ସପକ୍ଷରେ ରାୟ ପ୍ରଦାନ କରିଥିଲେ। ଏହାକୁ ବିରୋଧ କରି ସ୍ତ୍ରୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ହାଇକୋର୍ଟ ମାମଲାକୁ ଭଲଭାବେ ଯାଞ୍ଚ୍‌ କରିବା ପରେ ପାରିବାରିକ ଅଦାଲତଙ୍କ ରାୟକୁ କାଏମ୍‌ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

 କିଏ ଗଠନ କରିଥିଲା ‘ଦିମାଗି ନକ୍ସଲ’ ପାର୍ଟି? ପ୍ରତିଷ୍ଠାତାଙ୍କ ପରିଚୟ ରହସ୍ୟ ହୋଇ ରହିଛି

ନୂଆଦିଲୀ,୧୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଧୀନତା ଦିବସ ଭାଷଣରେ ଉଲ୍ଲେଖ କରାଯାଇଥିବା ଏକ ଉଲ୍ଲେଖର ପ୍ରତିକ୍ରିୟାରେ ସୋସିଆଲ ମିଡିଆରେ ‘ଦିମାଗି ନକ୍ସଲ ପାର୍ଟି’ (ବୌଦ୍ଧିକ ନକ୍ସଲ ପାର୍ଟି)…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri