ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାନରଗୁଡ଼ିକ ଉଦିତ୍‌ନଗର, ପାନପୋଷ, ଡେଲି ମାର୍କେଟ୍‌ ଭଳି ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ଲଗାଯାଉଛି। ମାତ୍ର ପରିତାପର ବିଷୟ, ମାସ ମାସ ଧରି ବ୍ୟାନରଗୁଡ଼ିକ ଫାଟି ଝୁଲିରହୁଛି। ହେଲେ ଏହାକୁ ହଟାଯାଉ ନ ଥିବାରୁ ସହରର ସୌନ୍ଦର୍ଯ୍ୟତାରେ ପ୍ରତିବନ୍ଧକ ସାଜୁଛି। ସେହିପରି ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀଙ୍କ ପୋଷ୍ଟର ସହରର ପ୍ରତ୍ୟେକ ଗଳିକନ୍ଦିରେ ଲଗାଇଛନ୍ତି। ଅନେକ ସ୍ଥାନରେ ବ୍ୟାନରଗୁଡ଼ିକ ଫାଡ଼ି ହୋଇଗଲାଣି। ଗୋଟିଏପଟେ ସହରକୁ ପ୍ଲାଷ୍ଟିକ୍‌ମୁକ୍ତ ଭାବେ ଗଢ଼ିତୋଳିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଅନ୍ୟପଟେ ସହରସାରା ଚିରାଫଟା ପ୍ଲାଷ୍ଟିକ୍‌ ବ୍ୟାନର ପ୍ରଦୂଷଣ ବୃଦ୍ଧିର କାରଣ ସାଜୁଛି। ତେବେ ତୁରନ୍ତ ଏହି ବ୍ୟାନରଗୁଡ଼ିକ ହଟାଇବା ପାଇଁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି। ଏନେଇ ରାଉରକେଲା ମହାନଗର ନିଗମ ଆୟୁକ୍ତ ଆଶୁତୋଷ କୁଲକର୍ନୀଙ୍କୁ ପଚାରିବାରୁ, ଆଜି ରାତିଠାରୁ ସହରର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ରାଜନୈତିକ ବ୍ୟାନରଗୁଡ଼ିକ ହଟାଇବା କାମ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁସାରେ କରାଯିବ। ଏଥିସହ କମ୍ପାନୀଗୁଡ଼ିକର ଚିରାଫଟା ବ୍ୟାନର ସମ୍ପୃକ୍ତ ଠିକା ସଂସ୍ଥାଙ୍କୁ ଅବଗତ କରାଇ ହଟାଯିବ ବୋଲି କୁଲକର୍ନୀ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପରୀକ୍ଷା ପେ ଚର୍ଚ୍ଚା’: ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଲେ ମୋଦି

ନୂଆଦିଲ୍ଲୀ,୬।୨: ‘ପରୀକ୍ଷା ପେ ଚର୍ଚ୍ଚା’ର ୯ମ ସଂସ୍କରଣ ଆରମ୍ଭ ହୋଇଛି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଛାତ୍ରୀଛାତ୍ର, ଶିକ୍ଷକ ଏବଂ ଅଭିଭାବକଙ୍କ ସହ…

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri