ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା ପକ୍ଷରୁ ବ୍ୟାନରଗୁଡ଼ିକ ଉଦିତ୍‌ନଗର, ପାନପୋଷ, ଡେଲି ମାର୍କେଟ୍‌ ଭଳି ବିଭିନ୍ନ ଜନଗହଳିପୂର୍ଣ୍ଣ ସ୍ଥାନରେ ଲଗାଯାଉଛି। ମାତ୍ର ପରିତାପର ବିଷୟ, ମାସ ମାସ ଧରି ବ୍ୟାନରଗୁଡ଼ିକ ଫାଟି ଝୁଲିରହୁଛି। ହେଲେ ଏହାକୁ ହଟାଯାଉ ନ ଥିବାରୁ ସହରର ସୌନ୍ଦର୍ଯ୍ୟତାରେ ପ୍ରତିବନ୍ଧକ ସାଜୁଛି। ସେହିପରି ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ସେମାନଙ୍କ ପ୍ରାର୍ଥୀଙ୍କ ପୋଷ୍ଟର ସହରର ପ୍ରତ୍ୟେକ ଗଳିକନ୍ଦିରେ ଲଗାଇଛନ୍ତି। ଅନେକ ସ୍ଥାନରେ ବ୍ୟାନରଗୁଡ଼ିକ ଫାଡ଼ି ହୋଇଗଲାଣି। ଗୋଟିଏପଟେ ସହରକୁ ପ୍ଲାଷ୍ଟିକ୍‌ମୁକ୍ତ ଭାବେ ଗଢ଼ିତୋଳିବା ପାଇଁ ପ୍ରଶାସନ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଅନ୍ୟପଟେ ସହରସାରା ଚିରାଫଟା ପ୍ଲାଷ୍ଟିକ୍‌ ବ୍ୟାନର ପ୍ରଦୂଷଣ ବୃଦ୍ଧିର କାରଣ ସାଜୁଛି। ତେବେ ତୁରନ୍ତ ଏହି ବ୍ୟାନରଗୁଡ଼ିକ ହଟାଇବା ପାଇଁ ବୁଦ୍ଧିଜୀବୀ ମହଲରେ ଦାବି ହେଉଛି। ଏନେଇ ରାଉରକେଲା ମହାନଗର ନିଗମ ଆୟୁକ୍ତ ଆଶୁତୋଷ କୁଲକର୍ନୀଙ୍କୁ ପଚାରିବାରୁ, ଆଜି ରାତିଠାରୁ ସହରର ବିଭିନ୍ନ ସ୍ଥାନରେ ଲଗାଯାଇଥିବା ରାଜନୈତିକ ବ୍ୟାନରଗୁଡ଼ିକ ହଟାଇବା କାମ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ ଅନୁସାରେ କରାଯିବ। ଏଥିସହ କମ୍ପାନୀଗୁଡ଼ିକର ଚିରାଫଟା ବ୍ୟାନର ସମ୍ପୃକ୍ତ ଠିକା ସଂସ୍ଥାଙ୍କୁ ଅବଗତ କରାଇ ହଟାଯିବ ବୋଲି କୁଲକର୍ନୀ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri