ମାସ୍କ ନ ପିନ୍ଧିଲେ ଖୋଳିବାକୁ ପଡିବ କରୋନା ସଂକ୍ରମିତ ମୃତକଙ୍କ ପାଇଁ କବର

ଜାକର୍ତ୍ତା,୧୫ ।୯: କରୋନା ସଂକ୍ରମଣ ସାରା ବିଶ୍ୱକୁ ଥରହର କରାଇ ଦେଇଥିବା ବେଳେ ଏହାକୁ ରୋକିବାକୁ ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ନିୟମମାନ ଲାଗୁ କରାଯାଇଛି । ତେବେ କରୋନା ସଂକ୍ରମଣ ରୋକିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ) ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନେ ମାସ୍କ ପିନ୍ଧିବା ଜରୁରୀ ବୋଲି କହିଛନ୍ତି । ଏହାସହ ସାମାଜିକ ଦୂରତା ମଧ୍ୟ କରୋନା ସଂକ୍ରମଣ ହ୍ରାସ କରିବାରେ ବଡ ଭୁମିକା ନେଇଥାଏ ବୋଲି କୁହାଯାଇଛି । ଇଣ୍ଡୋନେସିଆରେ ଏବେ ଏହି ମାସ୍କ ପିନ୍ଧିବାକୁ ନେଇ ନୂଆ ନିୟମ ଲାଗୁ କରାଯାଇଛି । ଇଣ୍ଡୋନେସିଆର ଇଷ୍ଟ ଜାଭା ଅଞ୍ଚଳରେ ପ୍ରଶାସନ ଘୋଷଣା କରିଛି ଯେ ଯେଉଁମାନେ ମାସ୍କ ନ ପିନ୍ଧିବେ ସେମାନଙ୍କୁ ଦଣ୍ଡ ଭାବେ କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିବା ଲୋକଙ୍କ ସଂସ୍କାର ପାଇଁ କବର ଖୋଳିବାକୁ ପଡିବ । ପ୍ରଶାସନ କହିବା କଥା ହେଲା କରୋନା ମୃତକଙ୍କ ସଂସ୍କାରରେ ଯୋଗ ଦେବାକୁ ସେଠାରେ କାହାକୁ ଅନୁମତି ନ ମିଳିଥିବାରୁ ଏବେ ସେଠାରେ ମୃତକଙ୍କୁ କବର ଦେବାକୁ ଲୋକଙ୍କ ଅଭାବ ପରିଲକ୍ଷିତ ହୋଇଛି । ତେଣୁ ଯେଉଁମାନେ ମାସ୍କ ପିନ୍ଧିବା ନିୟମ ଉଲ୍ଲଂଘନ କରିବେ ସେମାନଙ୍କୁ ଏହି ଦଣ୍ଡ ଦିଆଯାଉଛି । ନିକଟରେ ୨ ଜଣଙ୍କୁ ଏପରି ଦଣ୍ଡ ଦିଆଯାଇ ସରିଛି । ସୂଚନାଯୋଗ୍ୟ, ଏବେ ଇଣ୍ଡୋନେସିଆରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୧୮,୩୮୨ରେ ପହଞ୍ଚିଥିବା ବେଳେ ରାଜଧାନୀ ଜାକର୍ତ୍ତାରେ ଏହି ସଂଖ୍ୟା ରହିଛି ୫୪,୨୨୦ । ଏହାସହ ଇଷ୍ଟ ଜାଭାରେ ଏବେସୁଦ୍ଧା ୩୮,୦୮୮ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ସାରିଲାଣି । ତେବେ କରୋନା ସଂକ୍ରମଣକୁ ରୋକିବାକୁ ସେପ୍ଟେମ୍ବର ୧୪ରୁ ସେଠାରେ ପୁଣିଥରେ ୨ ସପ୍ତାହ ଲାଗି ଲକ୍‌ଡାଉନ ଘୋଷଣା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri