Posted inଜାତୀୟ

କଂଗ୍ରେସ ଏମ୍‌ପି ବସିବା ସିଟ୍‌ରୁ ମିଳିଲା ନୋଟ ବିଡା: ରାଜ୍ୟ ସଭାରେ ହଙ୍ଗାମା

ନୂଆଦିଲ୍ଲୀ,୬।୧୨: କଂଗ୍ରେସ ବେଞ୍ଚରେ ନୋଟ ବିଡା ମିଳିବା ନେଇ ରାଜ୍ୟ ସଭାରେ ହଙ୍ଗାମା ଆରମ୍ଭ ହୋଇଛି। ଅଧ୍ୟକ୍ଷ ଜଗଦୀପ ଧନଖର ଏହି ସୂଚନା ଦେଇଛନ୍ତି। ପରେ ରାଜନୀତି ମଧ୍ୟ ଏହି ପ୍ରସଙ୍ଗରେ ଆରମ୍ଭ ହୋଇଛି। ରାଜ୍ୟ ସଭା ଆସନ ନମ୍ବର ୨୨୨ରୁ ୫୦୦ ଟଙ୍କିଆ ନୋଟ ବିଡ଼ା ମିଳିଥିଲା। ଏହି ଆସନରେ ତେଲଙ୍ଗାନାରୁ କଂଗ୍ରେସ ଏମ୍‌ପି ଅଭିଷେକ ମନୁ ସିଂଘଭି ବସନ୍ତି। ତେଣୁ ଏହା ତାଙ୍କୁ ହସ୍ତାନ୍ତର କରାଯାଇଛି।

ଗୃହରେ ଅଧ୍ୟକ୍ଷ ଧନଖରଙ୍କ ଏହି ଦାବିକୁ କଂଗ୍ରେସ ଏମ୍‌ପିମାନେ ବିରୋଧ କରିଥିଲେ। ତଦନ୍ତ ପୂର୍ବରୁ ନାମ ନିଆଯିବା ଉଚିତ ନୁହେଁ ବୋଲି କଂଗ୍ରେସ ଜାତୀୟ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି। ତେବେ ଅଭିଷେକ ମନୁ ସିଂଘଭି ଏହି ଅଭିଯୋଗକୁ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି, ଯେତେବେଳେ ମୁଁ ରାଜ୍ୟ ସଭାକୁ ଯାଏ, ସେତେବେଳେ ମୁଁ ୫୦୦ ଟଙ୍କିଆ ନୋଟ ନେଇଥାଏ। ମୁଁ ଦିନ ୧୨.୫୭ରେ ଗୃହରେ ପହଞ୍ଚିଥିଲି ଏବଂ ଦିନ ୧ଟାରେ ଉଠିଲି। ତା’ପରେ ମୁଁ ଅଯୋଧ୍ୟା ଏମ୍‌ପି ଆୱଧେଶ ପ୍ରସାଦଙ୍କ ସହ ୧.୩୦ ପର୍ଯ୍ୟନ୍ତ କ୍ୟାଣ୍ଟିନରେ ବସିଥିଲି। ଏହା ପରେ ସେଠାରୁ ପଳାଇଥିଲି।

ରାଜ୍ୟ ସଭା ଅଧ୍ୟକ୍ଷ କହିଛନ୍ତି, ଗତକାଲି (ଡିସେମ୍ବର ୫, ୨୦୨୪) ଗୃହ ସ୍ଥଗିତ ହେବା ପରେ ନିତ୍ୟ ବ୍ୟବହାର୍ଯ୍ୟ ଯାଞ୍ଚ ସମୟରେ ସୁରକ୍ଷା ଅଧିକାରୀମାନେ ୨୨୨ ସିଟ ନମ୍ବରରୁ ଏକ ବଣ୍ଡଲ ନୋଟ ଉଦ୍ଧାର କରିଥିଲେ। ଏହି ସିଟ ବର୍ତ୍ତମାନ ଅଭିଷେକ ମନୁ ସିଂଭିଙ୍କୁ ପ୍ରଦାନ କରାଯାଇଛି। ଆଇନ ଅନୁଯାୟୀ ପରିଚାଳିତ ହେବ। ଭାଜପା ରାଷ୍ଟ୍ରୀୟ ସଭାପତି ତଥା ଏମ୍‌ପି ଜେପି ନଡା ଏ ବିଷୟରେ କହିଛନ୍ତି, ଏହି ଘଟଣା ଅତ୍ୟନ୍ତ ଗମ୍ଭୀର। ଏହା ଗୃହର ସମ୍ମାନ ଉପରେ ଆକ୍ରମଣ। କୌଣସି ପ୍ରସଙ୍ଗରେ କ୍ରୋଧ ପ୍ରଦର୍ଶନ ଠିକ ନୁହେଁ। ମୁଁ ନିଶ୍ଚିତ ଏହାର ସଠିକ ସମାଧାନ କରାଯିବ ଏବଂ ଉଭୟ ଦଳର ନେତା ଏହାକୁ ବିରୋଧ କରିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟାରେ ଶେଷ ହେଲା ପ୍ରେମ କାହାଣୀ, ଝିଅକୁ ପୋଲିସ, ପଞ୍ଚାୟତ ଆଗରେ ଗୁଳିକଲେ ବାପା

ଗ୍ବାଲିଅର,୧୫।୧: ମଧ୍ୟପ୍ରଦେଶର ଗ୍ବାଲିଅରରୁ ବୁଧବାର ଏକ ଚାଞ୍ଚଲ୍ୟକର ଅନର କିଲିଂ ମାମଲା ସାମନାକୁ ଆସିଛି। ବିବାହର ୩ ଦିନ ପୂର୍ବରୁ ଜଣେ ବାପା ତାଙ୍କ ଝିଅଙ୍କୁ...

ନିର୍ବାଚନ ପୂର୍ବରୁ ଜୀବନରୁ ମାରିଦେବାକୁ ଯୋଜନା, କେଜ୍‌ରିଓ୍ବାଲ କହିଲେ- ‘ଯେଉଁ ଦିନ ଲାଇଫଲାଇନ୍‌ ସରିଯିବ ସେଦିନ…’

ନୂଆଦିଲ୍ଲୀ,୧୫।୧: ଆମ ଆଦ୍‌ମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଆକ୍ରମଣ କରିବାକୁ ଏକ ଖଲିସ୍ତାନୀ ସମର୍ଥକଙ୍କ ଗୋଷ୍ଠୀ ଯୋଜନା କରୁଥିବା ନେଇ ଗୁଇନ୍ଦା ରିପୋର୍ଟ ହସ୍ତଗତ...

କଂଗ୍ରେସର ନୂଆ ଠିକଣା- ‘ଇନ୍ଦିରା ଭବନ’

ନୂଆଦିଲ୍ଲୀ,୧୫।୧: କଂଗ୍ରେସ ଦଳର ନୂଆ ଠିକଣା ’ଇନ୍ଦିରା ଭବନ’। ବୁଧବାର ଦଳର ନୂତନ ମୁଖ୍ୟାଳୟ ଉଦ୍‌ଘାଟିତ ହୋଇଛି। କଂଗ୍ରେସ ସଂସଦୀୟ ଦଳ ନେତା ସୋନିଆ ଗାନ୍ଧୀ...

ନଇଁଲା ମେଟା: ଜୁକରବର୍ଗଙ୍କ ବୟାନକୁ କହିଲା ‘ଅନିଚ୍ଛାକୃତ ତ୍ରୁଟି’

ନୂଆଦିଲ୍ଲୀ,୧୫।୧: ଶେଷରେ କ୍ଷମା ମାଗିଲା ମେଟା ଇଣ୍ଡିଆ। ସିଇଓ ମାର୍କ ଜୁକରବର୍ଗ ଭାରତର ନିର୍ବାଚନକୁ ନେଇ ଦେଇଥିବା ବିବାଦୀୟ ବୟାନକୁ କମ୍ପାନୀ ପକ୍ଷରୁ ‘ଅନିଚ୍ଛାକୃତ ତ୍ରୁଟି’...

ସାଧ୍ୱୀ ହର୍ଷାଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, କହିଲେ ଏତେ ସୁନ୍ଦରୀ ହେବାର…

ନୂଆଦିଲ୍ଲୀ,୧୫।୧: ପ୍ରୟାଗରାଜର ମହାକୁମ୍ଭରେ ଚର୍ଚ୍ଚାର ବିଷୟ ପାଲଟିଥିବା ମଡେଲ ଏବଂ ଆଙ୍କର ହର୍ଷା ରିଚାରିଆଙ୍କୁ ନେଇ ଏବେ ଏକ ନୂତନ ବିବାଦ ମୁଣ୍ଡ ଟେକିଛି। ମହାକୁମ୍ଭ...

ପ୍ୟାରିସ ଅଲମ୍ପିକ୍ସରେ ଜିତିଥିବା ଦୁଇଟି ଯାକ ମେଡାଲ ଫେରାଇବେ ମନୁ ଭାକର, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୫।୧: ପ୍ୟାରିସ ୨୦୨୪ରେ ଦୁଇଟି ମେଡାଲ ବିଜେତା ମନୁ ଭାକର ନିଜ ପଦକ ଫେରାଇବାକୁ ଯାଉଛନ୍ତି। ମନୁ ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଓ...

ପରାଜୟ ପରେ ସ୍ମୃତି ଇରାନୀଙ୍କ କମ୍‌ବ୍ୟାକ୍‌, ମୋଦିଙ୍କ ଟିମ୍‌ରେ ପୁଣି ହେଲେ ସାମିଲ୍‌

ନୂଆଦିଲ୍ଲୀ,୧୫।୧: ୨୦୨୪ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଛଅ ମାସରୁ ଅଧିକ ସମୟ ଧରି ଲୋକଲୋଚନରୁ ଦୂରେଇ ରହିଥିଲେ ସ୍ମୃତି ଇରାନୀ। ମଝିରେ...

ସାମ୍ନାକୁ ଆସିଲା ସୁନ୍ଦରୀ ସ୍ବାଧୀ ହର୍ଷାଙ୍କ ସତ! ଏହି କାମ କରି ରୋଜଗାର କରୁଛନ୍ତି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୧: ମହାକୁମ୍ଭ ୨୦୨୫ରେ କୋଟି କୋଟି ଭକ୍ତଙ୍କ ଭିଡ଼ରେ, ବାବା ଓ ନାଗାସାଧୁଙ୍କ ମଧ୍ୟରେ ଯିଏ ଅଧିକ ଭାଇରାଲ ହେଛନ୍ତି ସେ ହେଲେ ସ୍ବାଧୀ ହର୍ଷାରିଚାରିଆ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri