Posted inଖେଳ

ରୋହିତ ଆଣ୍ଡ କମ୍ପାନୀ ଉପରେ ନୋଟ ବର୍ଷା, ୧୦-୨୦ ନୁହେଁ ବିସିସିଆଇ ଦେଲା ୧୨୫ କୋଟି

ନୂଆଦିଲ୍ଲୀ,୩୦।୬: ଟି -୨୦ ବିଶ୍ୱକପ ଜିତିବା ପରେ ବିସିସିଆଇ ଭାରତୀୟ ଦଳ ଉପରେ ନୋଟ ବର୍ଷା କରିଛି। ଭାରତୀୟ ବୋର୍ଡ ଟିମ ପାଇଁ ୧୨୫ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଛି। ଶନିବାର ରାତିରେ ଟି -୨୦ ବିଶ୍ୱକପ ୨୦୨୪ର ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ଭାରତ ଟ୍ରଫି ଜିତିଛି। ସମଗ୍ର ଟୁର୍ନାମେଣ୍ଟରେ ଅପରାଜିତ ରହି ଭାରତୀୟ ଦଳ ଟାଇଟଲ ଜିତିଛି। ଟି -୨୦ ରେ ଏହା ହେଉଛି ଭାରତର ଦ୍ୱିତୀୟ ବିଶ୍ୱକପ ଟ୍ରଫି । ଏହାପୂର୍ବରୁ ମହେନ୍ଦ୍ର ସିଂ ଧୋନିଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳ ୨୦୦୭ରେ ଟି -୨୦ ବିଶ୍ୱକପ ଜିତିଥିଲା।

ରବିବାର ସାରେ ଟି-୨୦ ବିଶ୍ୱକପ ବିଜେତା ଦଳ ପାଇଁ ବିସିସିଆଇ ସଚିବ ଜୟ ଶାହା ପୁରସ୍କାର ରାଶି ଘୋଷଣା କରିଛନ୍ତି। ଜୟ ଶାହା ଟୁଇଟ କରି କହିଛନ୍ତି, ଆଇସିସି ପୁରୁଷ ଟି -୨୦ ବିଶ୍ୱକପ ୨୦୨୪ ଜିତିବାରେ ଟିମ ଇଣ୍ଡିଆ ପାଇଁ ୧୨୫କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରି ମୁଁ ଖୁସି। ଦଳ ଟୁର୍ଣ୍ଣାମେଣ୍ଟରେ ଅତୁଳନୀୟ ପ୍ରତିଭା, ନିଷ୍ଠା ଏବଂ କ୍ରୀଡ଼ା ଭାବନାକୁ ପ୍ରଦର୍ଶନ କରିଛି । ଏହି ଉତ୍କୃଷ୍ଟ ସଫଳତା ପାଇଁ ସମସ୍ତ ଖେଳାଳି, ପ୍ରଶିକ୍ଷକ ଏବଂ ସହାୟକ କର୍ମଚାରୀଙ୍କୁ ଅଭିନନ୍ଦନ! ’


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri