ଆଉନାହାନ୍ତି ସୁନାମଧନ୍ୟ ସଂଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ବର,୧୭୲୪( ବ୍ୟୁରୋ):ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ତଥା ଗୀତିକାର ପ୍ରଫୁଲ୍ଲ କରଙ୍କ ପରଲୋକ ଘଟିଛି। ରବିବାର ଭୁବନେଶ୍ବରର ସତ୍ୟ ନଗରସ୍ଥିତ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା।
ସେ ଏକାଧାରରେ ଜଣେ ସଙ୍ଗୀତଜ୍ଞ, କଣ୍ଠଶିଳ୍ପୀ, କବି, କଥାକାର, ସ୍ତମ୍ଭକାର ଥିଲେ। ସେ ଶାସ୍ତ୍ରୀୟ ଓଡ଼ିଶୀ ସଙ୍ଗୀତରେ ଯେମିତି ପ୍ରବୀଣ, ସିନେମା ଓ ଆଧୁନିକ ସଙ୍ଗୀତରେ ସେମିତି ଥିଲେ ଲୋକପ୍ରିୟ। ପାଞ୍ଚ ଦଶନ୍ଧିରୁ ଊର୍ଦ୍ଧ୍ୱ ସଙ୍ଗୀତ ସାଧନାରେ ସେ ନିମଗ୍ନ ଥିଲେ।
ଜାଜ୍ୱଲ୍ୟମାନ ପ୍ରତିଭା ବଳରେ ସେ ସୃଷ୍ଟି କରିଛନ୍ତି ୭୦ରୁ ଊର୍ଦ୍ଧ୍ୱ ଓଡ଼ିଆ ଓ ୪ଟି ବଙ୍ଗଳା ସିନେମାର ସଙ୍ଗୀତ। ଓଡ଼ିଆ ଭାଗବତ, ଛାନ୍ଦ, ଚମ୍ପୁ, ଦେଶାତ୍ମବୋଧକ ଓ ଭକ୍ତି ରସାମତ୍କ ସଙ୍ଗୀତ ସମେତ ୧୦୦ରୁ ଊର୍ଦ୍ଧ୍ୱ ଅଣସିନେମା ସଙ୍ଗୀତ ଆଲ୍‌ବମ୍ ମଧ୍ୟ ସେ ପ୍ରସ୍ତୁତ କରିଥିଲେ। ସେ ଲଗାତର ୬ ଥର ସମେତ ମୋଟ ୮ ଥର ଓଡ଼ିଆ ସିନେମାର ଶ୍ରେଷ୍ଠ ସଙ୍ଗୀତକାର ଓ ଥରେ ଶ୍ରେଷ୍ଠ କଣ୍ଠଶିଳ୍ପୀର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ପ୍ରଫୁଲ୍ଲଙ୍କୁ ମିଳିଛି ରାଜ୍ୟ ସସ୍କୃତି ବିଭାଗର ସର୍ବୋଚ୍ଚ ସମ୍ମାନ ଜୟଦେବ ପୁରସ୍କାର ସହ ଅନେକ ସମ୍ମାନ ଓ ପୁରସ୍କାର। ତାଙ୍କ ବିୟୋଗରେ ଓଡ଼ିଶା ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri