ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି।
ରବିବାର ଲାଗି ୧୭ ଜିଲାକୁ ବିଜୁଳି ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ସୋମବାର ଦକ୍ଷିଣ ଓଡ଼ିଶାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ୨୬ ତାରିଖ ପରେ ପାଗରେ ପୁଣି ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ଆସନ୍ତା ୨୩ ତାରିଖରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ପ୍ରତ୍ୟାବର୍ତ୍ତନ କରୁଥିବା ପାଣିପାଗ ବିଭାଗ ସୂଚନା ମିଳିଛି।
ଅନ୍ୟପକ୍ଷେ ବନ୍ୟା ସ୍ତିତି  କମିଛି, ହେଲେ ବିପନ୍ନଙ୍କ ଦୁର୍ଦ୍ଦଶା କମିନି।  ବାଲେଶ୍ବର ବାଲିଆପାଳ ଓ ଭୋଗରାଇ ବ୍ଲକର ଅନେକଙ୍କ ଘରେ ଏବେ ବି ଚୁଲି ଜଳୁନି। ଶୁଖିଲା ଖାଦ୍ୟ ଖାଇ ଦିନ କଟୁଛନ୍ତି ବିପନ୍ନ। ସୁବର୍ଣ୍ଣରେଖା ନଦୀ ବନ୍ୟାରେ ସାମାନ୍ୟ ସୁଧାର ଆସିଥିଲେ ବି ସ୍ବାଭାବିକ ହୋଇନି ଜୀବନ। ଭୋଗରାଇ ବ୍ଲକର କୁମ୍ଭୀରଗଡି ପଞ୍ଚାୟତ, କୁଷୁଡା, ଗବଗାଁ, ମନୁନଗର ଏବଂ ରସଲପୁଲ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇ ରହିଛି। କୁଲ୍ହା ଗାଁର ଶତାଧିକ ନଦୀକୂଳିଆ ଲୋକେ ଭୂଆଁ ବନ୍ଧ ଉପରେ ଜରିପାଲ ଟାଣି ଖୋଲା ଆକାଶ ତଳେ ଜୀବନ କାଟିଛନ୍ତି। ସମାନ ଅବସ୍ଥା ବାଲିଆପାଳ ବ୍ଲକର ତାଳପଦା, ବିଷ୍ଣୁପୁର, ଜାମକୁଣ୍ଡା ଗାଁର । ଲୋକଙ୍କ ଯୋଗାଯୋଗର ଏକମାତ୍ର ମାଧ୍ୟମ ସାଜିଛି ଡଙ୍ଗା। ସେପଟେ ଭୋକ ଉପାସରେ ପିଲାଛୁଆଙ୍କୁ ଧରି ଆଜିକୁ ଛଅ ଦିନ ହେଲାଣି ସରକାରୀ ରିଲିଫକୁ ଚାହିଁ ରହିଛନ୍ତି ବନ୍ୟା ବପନ୍ନ।

Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri