ଆର୍ୟନଙ୍କ ବିରୋଧରେ କୌଣସି ଠୋସ୍‌ ପ୍ରମାଣ ନାହିଁ: ମୁମ୍ବାଇ ହାଇକୋର୍ଟ

ମୁମ୍ବାଇ,୨୦ା୧୧: ଡ୍ରଗ୍ସ ମାମଲାରେ ଶାହାରୁଖ ଖାନ୍‌ଙ୍କ ପୁଅ ଆର୍ୟନଙ୍କ ବିରୋଧରେ ମୁମ୍ବାଇ ହାଇକୋର୍ଟ ଶନିବାର ଏକ ବଡ଼ ବୟାନ ଦେଇଛନ୍ତି। ଆଜି ଆର୍ୟନ ମୁମ୍ବାଇ ହାଇକୋର୍ଟଙ୍କଠାରୁ ଜାମିନ ଆଦେଶ ପାଇଛନ୍ତି। ଜାମିନ ଆଦେଶ ସହିତ କୋର୍ଟ ୧୪ ପୃଷ୍ଠାର ନିର୍ଦ୍ଦେଶ ଦେବାବେଳେ ସ୍ପଷ୍ଟ କରିଛନ୍ତି ଯେ, ଆର୍ୟନ ଏବଂ ତାଙ୍କ ସହଯୋଗୀଙ୍କ ବିରୋଧରେ କୌଣସି ଠୋସ୍‌ ପ୍ରମାଣ ନାହିଁ।

କୋର୍ଟ କହିଛନ୍ତି, ସମସ୍ତ ଅଭିଯୁକ୍ତ ବେଆଇନ କାର୍ଯ୍ୟରେ ସଂପୃକ୍ତ ଥିବା ଥିବା ପ୍ରମାଣ ନିମନ୍ତେ କୋର୍ଟରେ କୌଣସି ଅନ୍‌-ରେକର୍ଡ ବା ସକାରାତ୍ମକ ପ୍ରମାଣ ଉପସ୍ଥାପନ କରାଯାଇ ନାହିଁ। ଏଥିରେ ଆବେଦନକାରୀଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚିବା ପାଇଁ ପ୍ରମାଣ ଆକାରରେ ମୌଳିକ କଥା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି।

କୋର୍ଟ ଆହୁରି କହିଛନ୍ତି, ଯେହେତୁ ଆର୍ୟନ ଏବଂ ତାଙ୍କ ସାଙ୍ଗ ଅରବାଜ ମର୍ଚ୍ଚାଣ୍ଟ, ମୁନ୍‌ମୁନ୍‌ ଧାମଚା ସେହି କ୍ରୁଜ୍‌ରେ ଥିଲେ କିନ୍ତୁ ସେମାନଙ୍କ ମଧ୍ୟରେ ହୋଇଥିବା ହ୍ବାସ୍ସଆପ୍‌ ଚାଟରୁ କୌଣସି ପ୍ରକାରର ଆପତ୍ତିଜନକ ବିଷୟବସ୍ତୁ ମିଳିନାହିଁ। ସମସ୍ତ ଅଭିଯୁକ୍ତ ମିଳିତ ଭାବେ ବେଆଇନ କାର୍ଯ୍ୟ କରିବାକୁ ଏକାଠି ହୋଇଥିବାର ସକାରାତ୍ମକ ପ୍ରମାଣ କୋର୍ଟଙ୍କ ପାଖରେ ଉପସ୍ଥାପନ କରାଯାଇନାହିଁ।  ୩ ଜଣ ଏକାଠି ଗୋଟିଏ କ୍ରୁଜରେ ଯାଇଥିବାର ଅର୍ଥ ନୁହେଁ , ମିଳିତ ଭାବେ ସେଠାରେ କୌଣସି ବେଆଇନ କାମ ପାଇଁ ଯୋଜନା କରିବା। ତାଙ୍କୁ ଜାମିନ ଦେବା ଯଥାର୍ଥ ବୋଲି କୋର୍ଟ ତାଙ୍କ ନିର୍ଦ୍ଦେଶନାମାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri