ଓଡ଼ିଆ ଭାଷାରେ ନାମଫଳକ ନ ଥିବାରୁ ନୋଟିସ

ଜୟପୁର,୮ା୫ (ନି.ପ୍ର.): ଜୟପୁର ଶ୍ରମ ବିଭାଗ ପକ୍ଷରୁ ସମସ୍ତ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ମାଲିକମାନଙ୍କୁ ପୂର୍ବରୁ ଓଡିଆ ଭାଷାରେ ପ୍ରତିଷ୍ଠାନର ନାମ ଲେଖିବାକୁ କୁହାଯାଇଥିଲା। ଏବେ ପ୍ରଶାସନ ପକ୍ଷରୁ ତଦାରଖ ଆରମ୍ଭ ହୋଇଛି। ଯେଉଁମାନେ ନିଜ ପ୍ରତିଷ୍ଠାନର ନାମ ଓଡ଼ିଆରେ ଲେଖିନାହାନ୍ତି ସେମାନଙ୍କ ଉପରେ ଚଢାଉ କରାଯାଇଛି। ସହରର ମେନରୋଡ, ବେଲ୍‌ରୋଡ, ବାଇପାସ ରୋଡ, ଏନକେଟି ରୋଡରେ ଥିବା ୩୦ଟି ପ୍ରତିଷ୍ଠାନ ଉପରେ ଚଢାଉ କରାଯାଇ ପ୍ରତିଷ୍ଠାନ ମାଲିକମାନଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଯେଉଁ ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନର ମାଲିକମାନେ ୭ ଦିନ ଭିତରେ ଓଡିଆ ଭାଷାରେ ନାମଫଳକ ନ ଲେଖିବେ ସେମାନଙ୍କ ବିରୋଧରେ ଆଦାଲତରେ ମକଦ୍ଦମା ରୁଜୁ କରାଯିବ ବୋଲି ଶ୍ରମ କମିଶନର ପ୍ରସନ୍ନ ପାଣିଗ୍ରାହୀ କହିଛନ୍ତି। ଏହା ପୂର୍ବରୁ ଗତ ୧୭ା୪ା୨୩ରେ କୋରାପୁଟ ଅତିରିକ୍ତ ଜିଲାପାଳ କୋରପୁଟ ଜିଲାର ସମସ୍ତ ବ୍ୟବସାୟୀ ସଂଘ, ପୌରପାଳିକା ଓ ଏନଏସି ନିବାହୀ ଅଧିକାରୀଙ୍କୁ ନେଇ ଏକ ବୈଠକ କରିଥିଲେ। ବୈଠକରେ ବାଣିଜ୍ୟ ପ୍ରତିଷ୍ଠାନଗୁଡିକ ଓଡ଼ିଆରେ ନାମଫଳକ ଲେଖିବାକୁ ନିଷ୍ପତ୍ତି ହୋଇଥିଲା। ୧୫ ଦିନ ମଧ୍ୟରେ ଏହି ନାମଫଳକ ଲେଖିବାକୁ ପୌର ପରିଷଦ ଗାଡି ଡାକବାଜି ଯନ୍ତ୍ରରେ ପ୍ରଚାର କରି ସମସ୍ତଙ୍କୁ ଅବଗତ କରିଥିଲା। ଚଢାଉରେ ସହକାରୀ ଶ୍ରମ ଅଧୀକାରୀ ଚୈତନ୍ୟ ପ୍ରସାଦ ମାଝୀ, ପଦ୍ମ ଚରଣ ପଣ୍ଡା, ପୂର୍ଣ୍ଣିମା ଦୁରକାଙ୍କ ସହ ଅନ୍ୟମାନେ ସାମିଲ ହୋଇଥିଲେ। ପ୍ରଶାସନର ଏପରି ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri