ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶାର ୩ଟି ଆସନରେ ଜୁନ୍‌ ୧୦ରେ ଏହି ନିର୍ବାଚନ ଅନୁଷ୍ଠିତ ହେବ। ଏନ୍‌ ଭାସ୍କର ରାଓ, ପ୍ରସନ୍ନ ଆଚାର୍ଯ୍ୟ ଏବଂ ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ ସରୁଥିବାରୁ ଏହି ନିର୍ବାଚନ ହେବ। ନିର୍ବାଚନ ପାଇଁ ମେ’ ୨୪ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ୩୧ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ, ଜୁନ୍‌ ୧ରେ ନାମାଙ୍କନ ଯାଞ୍ଚ, ୩ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ହେବ। ସକାଳ ୯ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭୋଟ୍‌ଦାନ ଚାଲୁରହିବ। ଅପରାହ୍ନ ୫ଟାରେ ଭୋଟ୍‌ ଗଣତି ହେବ।