ଜବାବ ଦାଖଲ ପାଇଁ ଅନୁଭବଙ୍କୁ ନୋଟିସ

କଟକ ଅଫିସ,୧୩।୧୦: ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦକୁ ନେଇ କଟକ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ଏକ ମାମଲା ଚାଲିଛି। ଭରଣପୋଷଣ ଦାବିରେ ବର୍ଷାଙ୍କ ପକ୍ଷରୁ ଉକ୍ତ ମାମଲା ରୁଜୁ କରାଯାଇଥିଲା। ସୋମବାର ଏହି ମାମଲାର ଶୁଣାଣି ହୋଇଛି। ଏ ନେଇ ଜବାବ ଦାଖଲ ପାଇଁ ଅନୁଭବଙ୍କୁ କୋର୍ଟ ନୋଟିସ ଜାରି କରିଛନ୍ତି। ଆସନ୍ତା ନଭେମ୍ବର ୧୨ରେ ଉକ୍ତ ମାମଲାର ପରବର୍ତ୍ତୀ ଶୁଣାଣି ଲାଗି ତାରିଖ ଧାର୍ଯ୍ୟ ହୋଇଛି। ଅନ୍ୟପକ୍ଷରେ କଟକ ପରିବାର ଅଦାଲତରେ ବର୍ଷା ଯେଉଁ ମାମଲା ରୁଜୁ କରିଥିଲେ, ତାହାର ଶୁଣାଣି ଆସନ୍ତା ୧୪ ତାରିଖରେ ରହିଛି। ସୂଚନାଯୋଗ୍ୟ, ବର୍ଷା କଟକ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ପ୍ରୋଟେକ୍ସନ ଅଫ୍‌ ଓମେନ ଫ୍ରମ୍‌ ଡୋମେଷ୍ଟିକ ଭାୟଲାନ୍ସ-୨୦୦୫ ଆକ୍ଟ ଆଧାରରେ ଏକ ଏତଲା ଦେଇଥିଲେ। ଏଥିରେ ସେ ଦର୍ଶାଇଥିଲେ ଯେ, ସ୍ବାମୀ ଅନୁଭବ ଜଣେ ମଦ୍ୟପ। ସେ ଅନେକ ସମୟରେ ନିଜ ବନ୍ଧୁମାନଙ୍କୁ ଆଣି ଶୟନ କକ୍ଷରେ ବସାଇ ମଦ୍ୟପାନ କରାନ୍ତି। ବିବାହ ପରେ ଅନେକ ଚଳଚ୍ଚିତ୍ରରେ ଉଭୟ ଏକତ୍ର କାର୍ଯ୍ୟ କରିଥିଲେ ସୁଦ୍ଧା ଏ ପର୍ଯ୍ୟନ୍ତ କୌଣସି ପାରିଶ୍ରମିକ ପାଇନାହାନ୍ତି ବୋଲି ବର୍ଷା ଅଭିଯୋଗରେ ଉଲ୍ଲେଖ କରିଥିଲେ। ଏ ନେଇ ଆଇପିସି ଦଫା ୧୨, ୧୭, ୧୮, ୧୯, ୨୦, ୨୨ରେ ମାମଲା ରୁଜୁ ହୋଇଥିଲା। ଭରଣପୋଷଣ ବାବଦକୁ ବର୍ଷା ୧୫କୋଟି ଟଙ୍କା ଦାବି କରିଥିଲେ। ଏଥିମଧ୍ୟରେ ମାସିକ ୨୦ହଜାର ଟଙ୍କା ଘରଭଡ଼ା, ୫୦ହଜାର ଟଙ୍କା ମାସିକ ଖର୍ଚ୍ଚ ଥିବାବେଳେ କ୍ଷତିପୂରଣ ବାବଦ ୧୩କୋଟି ଏବଂ ରୋଜଗାର ହରାଇଥିବାରୁ ୨କୋଟି ଟଙ୍କା ପାଇଁ ଦାବି ରହିଛି। ପୂବର୍ର୍ରୁ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରୋଟେକ୍ସନ ଅଫିସର ମଞ୍ଜୁଲତା ନାୟକ ବର୍ଷାଙ୍କ ବୟାନ ରେକର୍ଡ କରି କୋର୍ଟରେ ଦାଖଲ କରିଥିଲେ। ଅନ୍ୟପକ୍ଷରେ ଅନୁଭବ ମଧ୍ୟ ଦିଲ୍ଲୀ ପଟିଆଲା ହାଉସ କୋର୍ଟରେ ଛାଡ଼ପତ୍ର ମାମଲା ରୁଜୁ କରିଛନ୍ତି। ଆସନ୍ତା ଡିସେମ୍ବର ୧୦ରେ ଏହାର ଶୁଣାଣି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଲାଣି ବିଜେଡିର...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri