ପୁଣି ପୂଜକଙ୍କ ଘର ଉଚ୍ଛେଦ ପାଇଁ ନୋଟିସ୍‌ ଜାରି

ଗଞ୍ଜାମ,୩୦ା୬(ଡି.ଏନ୍‌.ଏ.): ଗଞ୍ଜାମ ସହର ତ୍ରିବେଣୀ ମଠଛକଠାରେ ଦୀର୍ଘ ୭୦ବର୍ଷରୁ ଊର୍ଦ୍ଧ୍ୱ ହେବ ରହି ଆସୁଥିବା ପୂଜକ କନ୍ଧ ଶତପଥୀଙ୍କ ଘର ଆସନ୍ତା ୫ରେ ଭାଙ୍ଗିବାକୁ ପୁଣି ନୋଟିସ୍‌ ଜାରି କରିଛନ୍ତି ତହସିଲଦାର ଅରୁଣ କୁମାର ନାୟକ। ନୋଟିସ୍‌ ପାଇବା ପରେ ଭୟଭୀତ ହୋଇ ପଡ଼ିଛନ୍ତି ପୂଜକ କନ୍ଧ ଶତପଥୀଙ୍କ ପରିବାର। ତହସିଲଦାର ନାୟକଙ୍କ ଏହି କାର୍ଯ୍ୟକୁ ସମଗ୍ର ଗଞ୍ଜାମ ସହରବାସୀ ଦୃଢ଼ ନିନ୍ଦା କରିଛନ୍ତି । ପୂଜକଙ୍କ ଘରକୁ ଲାଗି ରହିଥିବା ସରକାରୀ ଜାଗାରେ ଜଣେ ଲୋକ ପାଚେରି ବୁଲାଇଥିବା ବେଳେ ତାକୁ ଉଚ୍ଛେଦ ନ କରି ଜଣେ ଲୋକ ୭୦ ବର୍ଷରୁ ଊର୍ଦ୍ଧ୍ୱ ରହି ଆସୁଥିବା ଘରକୁ ତହସିଲଦାର କାହା ଇଙ୍ଗିତରେ ଏପରି କାର୍ଯ୍ୟ କରୁଛନ୍ତି ସହରବାସୀ ପ୍ରଶ୍ନ କରିଛନ୍ତି। ଏପରିକି ଘର ବାଡ଼ିପଟ ୫ ହାତ ସରକାରୀ ଜାଗା ଦର୍ଶାଇ ତହସିଲଦାର ଭାଙ୍ଗିବାକୁ ଉଦ୍ୟମ ଚଳାଇଥିବାକୁ ନାପସନ୍ଦ କରିଛନ୍ତି ବୁଦ୍ଧିଜୀବୀ।

ପ୍ରକାଶ ଯୋଗ୍ୟ, ଗତ ମଙ୍ଗଳବାର ତହସିଲଦାର ଜେସିବି ମେଶିନ ସାହାଯ୍ୟରେ ଘର ଭାଙ୍ଗିବାକୁ ପ୍ରସ୍ତୁତି ଆରମ୍ଭ ହେବା ବେଳକୁ ଶତପଥୀଙ୍କ ସ୍ତ୍ରୀ ଓ ପୁଅ ବୋହୂ ଜେସିବି ଆଗରେ ବସି ରହିଥିଲେ। ଏହି ଘଟଣା ନେଇ ତହସିଲଦାର ନାୟକ ଏବଂ ବରିଷ୍ଠ ଆଇନଜୀବୀ ଦିଲ୍ଲୀପ କୁମାର ପଟ୍ଟନାୟକଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ସ୍ଥାନୀୟ ଲୋକ ପ୍ରବଳ ବିରୋଧ କରିବା ପରେ ତହସିଲଦାର ନିରାଶ ହୋଇ ଫେରି ଯାଇଥିଲେ। ପୁଣି ଆସନ୍ତା ୫ରେ ଘର ଜବର ଦାଖଲ ଉଛେଦ ପାଇଁ ନୋଟିସ୍‌ ଜାରି କରିଛନ୍ତି। ଏହି ଘଟଣାରେ ଉଭୟଙ୍କ ଏତଲା ପରେ ପୋଲିସ ପୃଥକ୍‌ ପୃଥକ୍‌ ଭାବେ କେସ୍‌ ନଂ ୧୦୦/୨୨ ଓ ୧୦୧/୨୨ ଦୁଇଟି ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri