ଖୁବ୍‌ଶୀଘ୍ର ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨।୮(ବ୍ୟୁରୋ)- ରାଜ୍ୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇସାରିଛି। ତେଣୁ ଯୁକ୍ତ୨ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିନେ ଦୁଇଦିନ ଭିତରେ ଯୁକ୍ତ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ଜିଲାର ୩୦ଟି ଯୁକ୍ତ୨ କଲେଜ ଓ ଶିକ୍ଷକ ଶିକ୍ଷା କଲେଜର ଶିକ୍ଷକଙ୍କୁ ଅନ୍‌ଲାଇନ୍‌ ଶିକ୍ଷା ତାଲିମ୍‌ ପ୍ରଦାନ ଦିଆଯିବ। ଉତ୍କର୍ଷ ବିଦ୍ୟାଳୟରୁ ୨ଜଣ ଲେଖାଏ ଏବଂ ଯୁକ୍ତ୨ କଲେଜ ଓ ଶିକ୍ଷକ ଶିକ୍ଷା କଲେଜରୁ ଜଣେ ଲେଖାଏ ଶିକ୍ଷକଙ୍କୁ ତାଲିମ ଦିଆଯିବ। ୨ଘଣ୍ଟା ଧରି ସେମାନେ ଟ୍ରେନିଂ ନେବେ। ଅନ୍‌ଲାଇନ୍‌ ଶିକ୍ଷା ନେଇ ତାଲିମ ଦିଆଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆସନ୍ତା ୪ତାରିଖରୁ ୫ଦିନ ଧରି ଟ୍ରେନିଂ ଦିଆଯିବ। ଏସବୁ ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷାଦାନ ଯେପରି କରୋନା ପାଇଁ ପ୍ରଭାବିତ ନ ହେବ ଓ ରେଜଲ୍ଟ ହାର ବଢ଼ିବ ସେଥିପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri