ଖୁବ୍‌ଶୀଘ୍ର ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨।୮(ବ୍ୟୁରୋ)- ରାଜ୍ୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇସାରିଛି। ତେଣୁ ଯୁକ୍ତ୨ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିନେ ଦୁଇଦିନ ଭିତରେ ଯୁକ୍ତ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ଜିଲାର ୩୦ଟି ଯୁକ୍ତ୨ କଲେଜ ଓ ଶିକ୍ଷକ ଶିକ୍ଷା କଲେଜର ଶିକ୍ଷକଙ୍କୁ ଅନ୍‌ଲାଇନ୍‌ ଶିକ୍ଷା ତାଲିମ୍‌ ପ୍ରଦାନ ଦିଆଯିବ। ଉତ୍କର୍ଷ ବିଦ୍ୟାଳୟରୁ ୨ଜଣ ଲେଖାଏ ଏବଂ ଯୁକ୍ତ୨ କଲେଜ ଓ ଶିକ୍ଷକ ଶିକ୍ଷା କଲେଜରୁ ଜଣେ ଲେଖାଏ ଶିକ୍ଷକଙ୍କୁ ତାଲିମ ଦିଆଯିବ। ୨ଘଣ୍ଟା ଧରି ସେମାନେ ଟ୍ରେନିଂ ନେବେ। ଅନ୍‌ଲାଇନ୍‌ ଶିକ୍ଷା ନେଇ ତାଲିମ ଦିଆଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆସନ୍ତା ୪ତାରିଖରୁ ୫ଦିନ ଧରି ଟ୍ରେନିଂ ଦିଆଯିବ। ଏସବୁ ଶିକ୍ଷାନୁଷ୍ଠାନଗୁଡ଼ିକରେ ଶିକ୍ଷାଦାନ ଯେପରି କରୋନା ପାଇଁ ପ୍ରଭାବିତ ନ ହେବ ଓ ରେଜଲ୍ଟ ହାର ବଢ଼ିବ ସେଥିପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?