Posted inଜାତୀୟ

କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ, ୧୫।୧୨(ପି.ଟି.): ଭାରତରେ ୧୯୭୫ରେ ଜାରି ହୋଇଥିବା ଜରୁରୀ ପରିସ୍ଥିତି (ଏମର୍ଜେନ୍ସି)କୁ ସମ୍ପୂର୍ଣ୍ଣ ଅସାମ୍ବିଧାନିକ ଘୋଷଣା କରିବା ଲାଗି ଜଣେ ୯୪ ବର୍ଷୀୟ ମହିଳା ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଏହା ଉପରେ ସର୍ବୋଚ୍ଚ ଅଦାଲତ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ଜଷ୍ଟିସ ଏସ୍‌.କେ. କୌଲଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଉକ୍ତ ପିଟିଶନକୁ ଶୁଣାଣି ଲାଗି ଗ୍ରହଣ କରିଛନ୍ତି। ୪୫ ବର୍ଷ ପରେ ଜରୁରୀ ପରିସ୍ଥିତି ଜାରିର ବୈଧତା ଯାଞ୍ଚ କଲାବେଳେ ଏହା ଲାଗୁ ହେବା ଯୋଗ୍ୟ ଥିଲା କି ବାଞ୍ଛନୀୟ ଥିଲା ତାହା ଅନୁଧ୍ୟାନ କରିବାକୁ ପଡ଼ିବ ବୋଲି ଖଣ୍ଡପୀଠ କହିଛନ୍ତି। ଏମର୍ଜେନ୍ସି ଲାଗୁ ହେବା ଉଚିତ ନ ଥିଲା ବୋଲି ସର୍ବୋଚ୍ଚ ଅଦାଲତ ମତ ଦେବା ସହ ଦୀର୍ଘଦିନ ପରେ ଏହା ଉପରେ କ’ଣ ସହାୟତା ଦିଆଯାଇପାରିବ ବୋଲି ପ୍ରଶ୍ନ କରିଛନ୍ତି।
ଏମର୍ଜେନ୍ସି ନାମରେ ଦୀର୍ଘସମୟ ପର୍ଯ୍ୟନ୍ତ ଲୋକଙ୍କ ଅଧିକାର ଛଡ଼ାଇନିଆଗଲା। ଏହା ଜାଲିଆତି ଓ ସମ୍ବିଧାନ ଉପରେ ସବୁଠୁ ବଡ଼ ଆକ୍ରମଣ ବୋଲି ଆବେଦନକାରୀ ବୀରା ସରିନ୍‌ଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ହରିଶ୍‌ ସାଲଭେ ଖଣ୍ଡପୀଠଙ୍କୁ କହିଥିଲେ। ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସୁପାରିସକ୍ରମେ ରାଷ୍ଟ୍ରପତି ଫକ୍‌ରୁଦ୍ଦିନ ଅଲି ଅହମଦ ୧୯୭୫ ଜୁନ୍‌ ୨୫ ମଧ୍ୟରାତ୍ରର କିଛି ସମୟ ପୂର୍ବରୁ ଏମର୍ଜେନ୍ସି ଜାରି କରିଥିଲେ ଓ ଏହାକୁ ୧୯୭୭ ମାର୍ଚ୍ଚରେ ରଦ୍ଦ କରାଯାଇଥିଲା। ଜରୁରୀ ସ୍ଥିତି ଯୋଗୁ ଆବେଦନକାରୀ କିଭଳି ଅସୁବିଧାର ସମ୍ମୁଖୀନ ହୋଇଥିଲେ ଓ ତାଙ୍କୁ କିପରି ବ୍ୟବହାର କରାଯାଇଥିଲା, ତାହା କୋର୍ଟ ଅନୁଧ୍ୟାନ କରିବା ଉଚିତ ବୋଲି ସାଲ୍‌ଭେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri