ବିନିକା ବିଡିଓଙ୍କୁ ଲୋକାୟୁକ୍ତଙ୍କ ନୋଟିସ

ସୋନପୁର,୧୮।୧୧(ନି.ପ୍ର.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଚରଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍‌ଏଓ୍ବାଇ-ଜି)ରେ ଦୁର୍ନୀତି ହୋଇଥିବା ପ୍ରମାଣ ମିଳିଛି। ଫୁଲମୁଠି ଗ୍ରାମରେ ଆବାସ ଯୋଜନାରେ ହିତାଧିକାରୀ ଚୟନରେ ଦୁର୍ନୀତି ହୋଇଥିବା କମିଟିର ତଦନ୍ତ ରିପୋର୍ଟରୁ ଜଣାପଡିଛି। ସମ୍ବଲପୁରରେ ରହୁଥିବା ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଫୁଲମୁଠି ଗାଁର ଯୁବକ ବୃନ୍ଦାବନ ମିଶ୍ର ଏନେଇ ଲୋକାୟୁକ୍ତଙ୍କ ନିକଟରେ ଗତ ଅଗଷ୍ଟ ମାସରେ ଲିଖିତ ଅଭିଯୋଗ କରିଥିଲେ। ଲୋକାୟୁକ୍ତ ଏ ସମ୍ପର୍କରେ ୧୬ ତାରିଖ ବୁଧବାର ବିନିକା ବିଡିଓ, ଫୁଲମୁଠି ଗ୍ରାମର ଆବାସ ଯୋଜନାର ହିତାଧିକାରୀ ଉଗ୍ରସେନ ମିଶ୍ର ଓ ହାଡୁ ମିଶ୍ରଙ୍କୁ ନୋଟିସ ଜାରି କରିଛନ୍ତି। ଆସନ୍ତା ୬ ସପ୍ତାହ ମଧ୍ୟରେ ସମ୍ପୃକ୍ତ ୩ ଜଣ ନଜର ପକ୍ଷ ରଖିବାକୁ ନିର୍ଦ୍ଦେଶ ରହିଛି। ଅନ୍ୟପକ୍ଷେ ଆସନ୍ତା ଡିସେମ୍ବର ୨୭ ତାରିଖରେ ଏହି ଅଭିଯୋଗର ପରବର୍ତ୍ତୀ ଶୁଣାଣି ହେବ ବୋଲି ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଆବାସ ଦୁର୍ନୀତିରେ ବିନିକା ବ୍ଲକର ସରକାରୀ କର୍ମଚାରୀ ସାମିଲ ଅଛନ୍ତି। ପଞ୍ଚାୟତ ଦାୟିତ୍ୱରେ ଥିବା ସରକାରୀ କର୍ମଚାରୀଙ୍କ ସହାୟତାରେ କୋଠା ଘର ଥିବା ଓ ମାସିକ ପରିବାର ପେନସନ ପାଉଥିବା ଧନୀ ବ୍ୟକ୍ତିଙ୍କୁ ୨୦୨୦-୨୧ ଆର୍ଥତ୍କ ବର୍ଷରେ ଆବାସ ଯୋଜନାରେ ଘର ମିଳିଛି । ମାତ୍ର ପ୍ରକୃତ ଗରିବ ଲୋକ ଯୋଜନାରୁ ବଞ୍ଚତ୍ତ ହୋଇଛନ୍ତି। ସମ୍ପୃକ୍ତ ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହେଉଥିଲେ ମଧ୍ୟ ପ୍ରଶାସନ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡାଉ ଥିବା ଅଭିଯୋଗ ହେଉଛି। ଚରଦା ପଞ୍ଚାୟତ ଫୁଲମୁଠି ଗାଁର ଯୁବକ ବୃନ୍ଦାବନ ମିଶ୍ର ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନରେ ଦୁର୍ନୀତି ହୋଇଥିବା ନେଇ ଅନେକ ଥର ସୁବର୍ଣ୍ଣପୁର ଜିଲାପାଳ ଓ ସମ୍ବଲପୁର ଭିଜିଲାନ୍ସ ବିଭାଗକୁ ଚିଠି ଲେଖିଥିଲେ। ପୋଲିସ ଓ ବ୍ଲକ ପ୍ରଶାସନର ତଦନ୍ତ ପରେ ରିପୋର୍ଟରେ ଅଧିକାରୀମାନେ ଆବାସ ପ୍ରଦାନରେ ଫୁଲମୁଠି ଗାଁରେ କୌଣସି ଦୁର୍ନୀତି ହୋଇ ନଥିବା ଦର୍ଶାଇଥିଲେ। ନ୍ୟାୟ ନ ମିଳିବାରୁ ବୃନ୍ଦାବନ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସମ୍ବଲପୁରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସୁବର୍ଣ୍ଣପୁର ଜିଲାପାଳଙ୍କୁ ଚିଠି ଲେଖି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳ ଅବୋଲି ସୁନିଲ ନରଓ୍ବଣେ ଘଟଣାର ପୁନଃ ତଦନ୍ତ ପାଇଁ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବର୍ଣ୍ଣପୁରଙ୍କୁ ସ୍ବାଧୀନ ତଦନ୍ତର ନିର୍ଦ୍ଦେଶ ଦେଇଥିଲେ। ସୋନପୁର ବିଡିଓ ସୌମ୍ୟରଞ୍ଜନ ସ୍ବାଇଁ, ବିନିକା ତହସିଲଦାର ମୁକ୍ତେଶ୍ୱର ପାଣିଗ୍ରାହୀ ଓ ଡିଆରଡିଏ ଏପିଡି ଆଲୋକ ରଶ୍ମି ମିଶ୍ରଙ୍କୁ ନେଇ ଗଠିତ ଟିମ୍‌ ତଦନ୍ତ କରିଥିଲେ। ଏହି ଟିମ୍‌ କ୍ଷେତ୍ରୀୟ ତଦନ୍ତ କରି ସରକାରୀ ନିୟମର ଉଲ୍ଲଂଘନ କରି ଯୋଗ୍ୟତା ନ ଥିବା ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦିଆ ଯାଇଥିବା ରିପୋର୍ଟରେ ଉଲ୍ଲେଖ କରିଛନ୍ତି। ଆବାସ ଦିଆଯିବା ପୂର୍ବରୁ ହିତାଧିକାରୀଙ୍କର ପକ୍କା ଘର ଥିଲା ବୋଲି ଅଧିକାରୀମାନେ ଦର୍ଶାଇଛନ୍ତି। ସେହିଭଳି ପରିବାରର ଜଣେ ମହିଳା ମାସିକ ୧୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ମାସିକ ପରିବାର ପେନସନ ପାଉଛନ୍ତି। ଏହି ରିପୋର୍ଟ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢାଇଛି। ଅନ୍ୟପକ୍ଷେ ପକ୍କା ଘର ପୂର୍ବରୁ ଥିଲା କି ନାହିଁ ଯାଞ୍ଚ କରିବାକୁ ସୁବର୍ଣ୍ଣପୁର ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କୁ କୁହା ଯାଇଥିବା ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନିହାର ରଞ୍ଜନ କହଁର ପୂର୍ବରୁ ସୂଚନା ଦେଇଥିଲେ। ଅନ୍ୟପକ୍ଷେ ଏହି ଦୁର୍ନୀତି ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜସ୍ବ ବିଭାଗ ପକ୍ଷରୁ ମଧ୍ୟ ଜିଲାପାଳଙ୍କୁ ପୂର୍ବରୁ ଚିଠି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri