ଜିଲା ପରିଷଦ ପ୍ରାର୍ଥୀଙ୍କୁ ନୋଟିସ

କେନ୍ଦୁଝର,୧୩ା୨(ସ୍ବ.ପ୍ର.): ପ୍ରାର୍ଥିପତ୍ର ଦାଖଲବେଳେ ମିଥ୍ୟା ସତ୍ୟପାଠ ଦେଇଥିବା ଭାଜପାର ହାଟଡିହି ବ୍ଲକ ୩୪ ନମ୍ବର ଜୋନ୍‌ର ପ୍ରାର୍ଥୀ ବିବେକାନନ୍ଦ ରାଉତଙ୍କ ବିରୋଧରେ ଉପଜିଲାପାଳ ଗୋପୀନାଥ କୁଅଁର ଆନନ୍ଦପୁର ଥାନାରେ ଏତଲା ଦେବା ପରେ ପୋଲିସ ପ୍ରାର୍ଥୀଙ୍କୁ ନୋଟିସ କରି ୧୩ ତାରିଖରେ ହାଜର ହେବାକୁ କହିଛନ୍ତି। ଏନେଇ ପୋଲିସ କେସ ନମ୍ବର ୩୪/୨୦୨୨ରେ କେସ ରୁଜୁ କରି ନୋଟିସ କରିଛି। ସେ ମିଥ୍ୟାରେ ସୋସୋ ଥାନାର ଏକ କେସରେ ଦଣ୍ଡିତ ହୋଇଥିଲେ ହେଁ ଖଲାସ ହୋଇଥିବା ସତ୍ୟପାଠରେ ଦର୍ଶାଇଥିବା ନେଇ ଅଭିଯୋଗ ପାଇ ଏତଲା ଦେଇଥିବା ଉପଜିଲାପାଳ କହିଛନ୍ତି। ଏହା ତାଙ୍କ ବିରୋଧରେ ମିଥ୍ୟା ଅଭିଯୋଗ। ସେ ଉକ୍ତ ମାମଲାରେ ଫାଇନ୍‌ ଦେଇ ନାହାନ୍ତି କିମ୍ବା ଜେଲ ଯାଇ ନାହାନ୍ତି। ଏନେଇ ପ୍ରାର୍ଥୀ ଜଣଙ୍କ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଉତ୍ତର ରଖିବାକୁ ଓକିଲଙ୍କ ଜରିଆରେ ସମୟ ନେଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri