ଚିଟ୍‌ଫଣ୍ଡ ମାମଲାରେ ପୂର୍ବତନ ଏମ୍‌ପି ରାମଚନ୍ଦ୍ର ହାଁସଦାଙ୍କୁ ନୋଟିସ

କଟକ,୨୧ା୩ (କାର୍ତ୍ତିକ ସାହୁ)- ଚିଟ୍‌ଫଣ୍ଡ ମାମଲାରେ ପୂର୍ବତନ ଏମ୍‌ପି ରାମଚନ୍ଦ୍ର ହାଁସଦାଙ୍କୁ ହାଇକୋର୍ଟ ଗୁରୁବାର ନୋଟିସ୍‌ ଜାରି କରିଛନ୍ତି। ଦୁର୍ନୀତି ନିବାରଣ ଆଇନ୍‌ରୁ ହାଁସଦାଙ୍କୁ ଦୋଷମୁକ୍ତ କରାଯିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସିବିଆଇ ପକ୍ଷରୁ ହାଇକୋର୍ଟରେ ଆବେଦନ କରାଯାଇଥିଲା। ହାଇକୋର୍ଟ ଉକ୍ତ ଆବେଦନକୁ ବିଚାର ପାଇଁ ଗ୍ରହଣ କରି ନୋଟିସ ଜାରି କରିଛନ୍ତି।
ସୂଚନାଯୋଗ୍ୟ, ମୟୂରଭଞ୍ଜର ପୂର୍ବତନ ଏମ୍‌ପି ରାମଚନ୍ଦ୍ର ହାଁସଦାଙ୍କୁ ଚିଟ୍‌ଫଣ୍ଡ ମାମଲାରେ ସିବିଆଇ ୨୦୧୪ରେ ଗିରଫ କରିଥିଲା। ସେ ନବଦିଗନ୍ତ କ୍ୟାପିଟାଲ ସର୍ଭିସେସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଚିଟ୍‌ଫଣ୍ଡ ସଂସ୍ଥା ସହ ଲିଙ୍କ୍‌ ମାମଲାରେ ଗିରଫ ହୋଇଥିଲେ। ସେତେବେଳେ ନବଦିଗନ୍ତର ସିଏମ୍‌ଡି ଅଞ୍ଜନ ବଳିୟାରସିଂ, ପ୍ରତିଷ୍ଠାତା ପ୍ରଦୀପ କୁମାର ଓ କେନ୍ଦୁଝରର ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ମଧ୍ୟ ଗିରଫ ହୋଇଥିଲେ।

ହାଁସଦା ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଥିବାବେଳେ ଗୋଟିଏ ଦିନ ସଂସଦରେ ଯୋଗଦେବା ନିମନ୍ତେ ଅନୁମତି ଦେବାକୁ ୨୦୧୫ରେ ହାଇକୋର୍ଟଙ୍କୁ ପ୍ରାର୍ଥନା କରିଥିଲେ। କାରଣ ଲଗାତର ୬୦ ଦିନ ସଂସଦରେ ଅନୁପସ୍ଥିତ ରହିଲେ ସଭ୍ୟ ପଦ ରଦ୍ଦ ହେବାର ଆଇନ ରହିଛି। ଏହି କାରଣରୁ ତାଙ୍କ ଆବେଦନକୁ ହାଇକୋର୍ଟ ଗ୍ରହଣ କରି ଅନୁମତି ଦେଇଥିଲେ। ହାଁସଦା ସିବିଆଇ ହେପାଜତରେ ଭୁବନେଶ୍ୱରରୁ ଦିଲ୍ଲୀ ଯାଇ ସଂସଦରେ ଗୋଟିଏ ଦିନ ଯୋଗ ଦେବା ପରେ ପୁଣି ତାଙ୍କୁ ସିବିଆଇ କୋର୍ଟରେ ହାଜର କରାଯାଇଥିଲା। ପରବର୍ତ୍ତୀ ସମୟରେ ମାମଲାର ବିଚାର ପରେ ନିମ୍ନ କୋର୍ଟ ତାଙ୍କ ବିରୋଧରେ ଥିବା ଦୁର୍ନୀତି ଅଭିଯୋଗରୁ ହାଁସଦାଙ୍କୁ ଦୋଷମୁକ୍ତ କରିଥିଲେ। ଏହାକୁ ନେଇ ସିବିଆଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri