Posted inଜାତୀୟ

ମଧ୍ୟପ୍ରଦେଶ, ରାଜସ୍ଥାନ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ,୭ା୧୦: ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟପ୍ରଦେଶ ଓ ରାଜସ୍ଥାନରେ ଭୋଟରମାନଙ୍କୁ ମାଗଣା ଉପହାର ବଣ୍ଟାଯାଉଥିବା ଅଭିଯୋଗରେ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ସର୍ବୋଚ୍ଚ ଅଦାଲତ ଏହାର ଶୁଣାଣି ଅବସରରେ ଉପରୋକ୍ତ ରାଜ୍ୟ ସରକାରଙ୍କୁ ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ୍‌ ଜେ.ବି. ପର୍‌ଡିଓ୍ବାଲା ଏବଂ ମନୋଜ ମିଶ୍ରାଙ୍କ ଖଣ୍ଡପୀଠ ଉକ୍ତ ପିଆଇଏଲ୍‌ ଉପରେ କେନ୍ଦ୍ର ସରକାର, ନିର୍ବାଚନ କମିଶନ ଏବଂ ଭାରତର ରିଜର୍ଭ ବ୍ୟାଙ୍କକୁ ମଧ୍ୟ ନୋଟିସ୍‌ ଜାରି କରିଛନ୍ତି। ୨ ରାଜ୍ୟ ସରକାର ଭୋଟରମାନଙ୍କୁ ପ୍ରଲୋଭିତ କରିବା ଲାଗି ଟିକସଦାତାମାନଙ୍କ ଅର୍ଥର ଦୁରୁପଯୋଗ କରୁଥିବା ନେଇ ଜନସ୍ବାର୍ଥ ମାମଲାରେ ଅଭିଯୋଗ କରାଯାଇଥିଲା। ନିର୍ବାଚନ ପୂର୍ବରୁ ସରକାର ଟଙ୍କା ବାଣ୍ଟିବାଠାରୁ ଆଉ ଦୁଃଖର କଥା କିଛି ନାହିଁ ବୋଲି ଆବେଦନକାରୀଙ୍କ ଓକିଲ କହିଛନ୍ତି। ପ୍ରତିଥର ନିର୍ବାଚନ ପୂର୍ବରୁ ଏଭଳି ହେଉଛି ଓ ତାହାର ପରୋକ୍ଷ ବୋଝ କରଦାତାମାନଙ୍କ ଉପରେ ପଡ଼ୁଛି। ଏହା ଉପରେ ସୁପ୍ରିମକୋର୍ଟ ନୋଟିସ ଜାରି କରିବା ସହ ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ସମ୍ପୃକ୍ତ ପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥା ଓ ପରମ୍ପରା

ବିଶ୍ୱର ସାମାଜିକ ଚଳଣିରେ ଅନେକ ପ୍ରଥା ଓ ପରମ୍ପରା ସନ୍ନିବେସିତ, ଯାହା ମଣିଷକୁ ଏକ ଅନୁଶାସନରେ ରହି ଶୃଙ୍ଖଳିତ ଜୀବନଯାପନ କରିବାକୁ ପ୍ରେରଣା ଦେଇଥାଏ। ବିଶ୍ୱ ସାମାଜିକ…

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri