ବେସରକାରୀ ଜାଗାରେ ୫୦ ବର୍ଷର ସ୍କୁଲ୍‌, ଛାଡ଼ିବା ପାଇଁ ନୋଟିସ୍‌

ଜମନକିରା,୨୯ା୬(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ସଦର ମହକୁମାସ୍ଥିତ କଦଳୀମୁଣ୍ଡା ସରକାରୀ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟକୁ ନିଜ ଜାଗା ଦାବି କରି ସ୍କୁଲକୁ ନୋଟିସ୍‌ କରାଯାଇଛି।
ସୂଚନାଯୋଗ୍ୟ, ଜମନକିରା ସଦର ମହକୁମାରେ କଦଳୀମୁଣ୍ଡା ସରକାରୀ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟଟି ୧୯୭୦ରେ ପ୍ରତିଷ୍ଠା ହୋଇଥିଲା। ଏହା ୫୦ବର୍ଷରୁ ଅଧିକ ପୁରାତନ ହୋଇଥିବା ବେଳେ ଏବେ ସ୍ଥାନୀୟ ଅଞ୍ଚଳର ରବି ମହାକୁଲ ସ୍କୁଲର ୪ ଡିସିମିଲି ଜାଗାକୁ ନିଜ ଜାଗା ବୋଲି ଆଡଭୋକେଟ୍‌ ହୃଦାନନ୍ଦ ଶର୍ମାଙ୍କ ମାଧ୍ୟମରେ ୨୭ରେ ନୋଟିସ୍‌ ଜାରି କରିଛନ୍ତି। ସ୍କୁଲର ପ୍ରଧାନଶିକ୍ଷକ, ଜମନକିରା ଗୋଷ୍ଠୀ ଶିକ୍ଷାଧିକାରୀ ଏବଂ ସମ୍ବଲପୁର ଜିଲା ଶିକ୍ଷାଧିକାରୀ ପ୍ରମୁଖଙ୍କୁ ନୋଟିସ୍‌ ପଠାଇଛନ୍ତି। ନୋଟିସ୍‌ରେ ଉଲ୍ଲେଖ ଅନୁଯାୟୀ, ଉକ୍ତ ସ୍କୁଲର ୪ ଡିସିମିଲି ଜାଗା ମହାକୁଲଙ୍କର। ତେଣୁ ସ୍କୁଲ ତାଙ୍କୁ ତାଙ୍କ ଜାଗା ହସ୍ତାନ୍ତର କରନ୍ତୁ ନଚେତ୍‌ ଏବେକାର ଦର ଅନୁସାରେ ୪ ଡିସିମିଲି ଜାଗାକୁ ୪୦ ଲକ୍ଷ ଟଙ୍କା ପ୍ରଦାନ କରନ୍ତୁ। ଏହାକୁ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଛାନିଆ ପଶିଛି। ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍କୁଲ ପରିସରରେ ସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ, ଜମନକିରା ଗୋଷ୍ଠୀ ଶିକ୍ଷାଧିକାରୀ, ସ୍କୁଲ ପରିଚାଳନା କମିଟି ମେମ୍ବର, ଅଭିଭାବକ ଏବଂ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ନେଇ ଏକ ଜରୁରୀ ବୈଠକ କରାଯାଇଥିଲା। ଆଲୋଚନା କରାଯାଇ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିଲା। ନୂତନ କମିଟି ଗଠନ ହୋଇଥିବା ସଭ୍ୟାସଭ୍ୟମାନେ ପ୍ରଥମେ ଶ୍ରୀ ମହାକୁଲଙ୍କ ସହ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଚେଷ୍ଟା କରିବେ ନଚେତ୍‌ ଆଗାମୀ ଦିନରେ ଏହାକୁ ନେଇ ଉଚିତ୍‌ ପଦକ୍ଷେପ ଗ୍ରହଣ କରିବେ ବୋଲି ନିଷ୍ପତ୍ତି ହୋଇଥିଲା। ଏହିପରି ସ୍କୁଲ ଜାଗା ଅକ୍ତିଆର କରିବାକୁ ନେଇ ଛାତ୍ର୍ରୀଛାତ୍ରଙ୍କ ଶିକ୍ଷା ପ୍ରତି ଅସୁବିଧା ହେବ ବୋଲି ଅଭିଭାବକମାନେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?