ବେସରକାରୀ ଜାଗାରେ ୫୦ ବର୍ଷର ସ୍କୁଲ୍‌, ଛାଡ଼ିବା ପାଇଁ ନୋଟିସ୍‌

ଜମନକିରା,୨୯ା୬(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ସଦର ମହକୁମାସ୍ଥିତ କଦଳୀମୁଣ୍ଡା ସରକାରୀ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟକୁ ନିଜ ଜାଗା ଦାବି କରି ସ୍କୁଲକୁ ନୋଟିସ୍‌ କରାଯାଇଛି।
ସୂଚନାଯୋଗ୍ୟ, ଜମନକିରା ସଦର ମହକୁମାରେ କଦଳୀମୁଣ୍ଡା ସରକାରୀ ଉନ୍ନୀତ ପ୍ରାଥମିକ ବିଦ୍ୟାଳୟଟି ୧୯୭୦ରେ ପ୍ରତିଷ୍ଠା ହୋଇଥିଲା। ଏହା ୫୦ବର୍ଷରୁ ଅଧିକ ପୁରାତନ ହୋଇଥିବା ବେଳେ ଏବେ ସ୍ଥାନୀୟ ଅଞ୍ଚଳର ରବି ମହାକୁଲ ସ୍କୁଲର ୪ ଡିସିମିଲି ଜାଗାକୁ ନିଜ ଜାଗା ବୋଲି ଆଡଭୋକେଟ୍‌ ହୃଦାନନ୍ଦ ଶର୍ମାଙ୍କ ମାଧ୍ୟମରେ ୨୭ରେ ନୋଟିସ୍‌ ଜାରି କରିଛନ୍ତି। ସ୍କୁଲର ପ୍ରଧାନଶିକ୍ଷକ, ଜମନକିରା ଗୋଷ୍ଠୀ ଶିକ୍ଷାଧିକାରୀ ଏବଂ ସମ୍ବଲପୁର ଜିଲା ଶିକ୍ଷାଧିକାରୀ ପ୍ରମୁଖଙ୍କୁ ନୋଟିସ୍‌ ପଠାଇଛନ୍ତି। ନୋଟିସ୍‌ରେ ଉଲ୍ଲେଖ ଅନୁଯାୟୀ, ଉକ୍ତ ସ୍କୁଲର ୪ ଡିସିମିଲି ଜାଗା ମହାକୁଲଙ୍କର। ତେଣୁ ସ୍କୁଲ ତାଙ୍କୁ ତାଙ୍କ ଜାଗା ହସ୍ତାନ୍ତର କରନ୍ତୁ ନଚେତ୍‌ ଏବେକାର ଦର ଅନୁସାରେ ୪ ଡିସିମିଲି ଜାଗାକୁ ୪୦ ଲକ୍ଷ ଟଙ୍କା ପ୍ରଦାନ କରନ୍ତୁ। ଏହାକୁ ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଛାନିଆ ପଶିଛି। ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍କୁଲ ପରିସରରେ ସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ, ଜମନକିରା ଗୋଷ୍ଠୀ ଶିକ୍ଷାଧିକାରୀ, ସ୍କୁଲ ପରିଚାଳନା କମିଟି ମେମ୍ବର, ଅଭିଭାବକ ଏବଂ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତିମାନଙ୍କୁ ନେଇ ଏକ ଜରୁରୀ ବୈଠକ କରାଯାଇଥିଲା। ଆଲୋଚନା କରାଯାଇ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିଲା। ନୂତନ କମିଟି ଗଠନ ହୋଇଥିବା ସଭ୍ୟାସଭ୍ୟମାନେ ପ୍ରଥମେ ଶ୍ରୀ ମହାକୁଲଙ୍କ ସହ ଆଲୋଚନା ମାଧ୍ୟମରେ ସମାଧାନ କରିବାକୁ ଚେଷ୍ଟା କରିବେ ନଚେତ୍‌ ଆଗାମୀ ଦିନରେ ଏହାକୁ ନେଇ ଉଚିତ୍‌ ପଦକ୍ଷେପ ଗ୍ରହଣ କରିବେ ବୋଲି ନିଷ୍ପତ୍ତି ହୋଇଥିଲା। ଏହିପରି ସ୍କୁଲ ଜାଗା ଅକ୍ତିଆର କରିବାକୁ ନେଇ ଛାତ୍ର୍ରୀଛାତ୍ରଙ୍କ ଶିକ୍ଷା ପ୍ରତି ଅସୁବିଧା ହେବ ବୋଲି ଅଭିଭାବକମାନେ ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri