Posted inଜାତୀୟ

ମେହେବୁବା ମୁଫତିଙ୍କ ସମେତ ପୂର୍ବତନ ବିଧାୟକଙ୍କୁ ୨୪ ଘଣ୍ଟାରେ ସରକାରୀ ଘର ଖାଲି କରିବାକୁ ନୋଟିସ, ଆଇନଗତ କାର୍ଯ୍ୟାନୁଷ୍ଠାନର ଚେତାବନୀ

ଶ୍ରୀନଗର, ୨୮ ।୧୧: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାର ପ୍ରଶାସନ ରବିବାର ପିପୁଲ୍ସ ଡେମୋକ୍ରାଟିକ ପାର୍ଟି(ପିଡିପି)ର ଅଧ୍ୟକ୍ଷ ମେହେବୁବା ମୁଫତି ଓ ଅନ୍ୟ ୭ ପୂର୍ବତନ ବିଧାୟକଙ୍କୁ ୨୪ ଘଣ୍ଟା ଭିତରେ ସରକାରୀ ଘର ଖାଲି କରିବାକୁ କହିଛନ୍ତି । ଅଧିକାରୀଙ୍କ ପକ୍ଷରୁ ଏହି ସୂଚନା ମିଳିଛି । ମୁଫତିଙ୍କୁ ଗତ ମାସରେ ଏଠାକାର ସହରର ଉଚ୍ଚ ସୁରକ୍ଷା ବାଲା ଗୁପକାର ଅଞ୍ଚଳରେ ଥିବା ତାଙ୍କର ‘ଫେୟାରଭ୍ୟୁ’ ଆବାସକୁ ବି ଖାଲି କରିବାକୁ ନୋଟିସ ଦିଆଯାଇଥିଲା ।
ଅଧିକାରୀମାନେ କହିଛନ୍ତି ଅନନ୍ତନାଗର ଉଚ୍ଚାୟୁକ୍ତଙ୍କ ନିର୍ଦ୍ଦେଶରେ ଏକଜ୍ୟୁକିଟିଭ ମାଜିଷ୍ଟ୍ରେଟ(ପ୍ରଥମ ଶ୍ରେଣୀ)ଙ୍କ ଦ୍ୱାରା ରବିବାର ଦକ୍ଷିଣ କଶ୍ମୀର ଜିଲାର ଖାନବଲରେ ଆବାସିକ କଲୋନିରେ ସ୍ଥିତ ସରକାରୀ ଘର ଖାଲି କରିବାକୁ ମୁଫତି ଓ ଅନ୍ୟ ବିଧାୟକଙ୍କୁ ନୋଟିସ ଜାରି କରାଯାଇଛି । ମୁଫତିଙ୍କ ବ୍ୟତୀତ ପୂର୍ବତନ ବିଧାୟକ ମହମ୍ମଦ ଉଲ୍ଲାଫ ୱାନି, ଅବଦୁଲ ରହିମ ରାଠେର, ଅବଦୁଲ ମଜିଦ ଭଟ୍ଟ, ଅଲ୍ଲତାଫ ଶାହ ଓ ଅବଦୁଲ କବିର ପଠାନ, ପୂର୍ବତନ ଜିଲା ପରିଷଦ ବଶିର ଶାହ ଓ ଚୌଧୁରୀ ନିଜାମୁଦ୍ଦିନଙ୍କୁ ବି ନୋଟିସ ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

SL vs PAK: ସବୁଠୁ ବଡ଼ ମ୍ୟାଚ୍‌ରୁ ବାବରଙ୍କୁ ବାଦ ଦେଲା ପାକିସ୍ତାନ, ସେମିଫାଇନାଲ ଖେଳିବା ପାଇଁ ଦଳର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୨: ଟି-୨୦ ବିଶ୍ୱକପ ୨୦୨୬ର ସେମିଫାଇନାଲ ଦୌଡ଼ ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଗ୍ରୁପ-୨ରୁ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ମଧ୍ୟରୁ କିଏ ଶେଷ୍ଠ ୪ରେ ସ୍ଥାନ ପାଇବ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri