ନେତୃତ୍ୱକୁ ଟାର୍ଗେଟ ପରେ ମୋକିମ୍‌, ଚିରଞ୍ଜୀବଙ୍କୁ ନୋଟିସ

ଭୁବନେଶ୍ବର,୨୯ା୫(ବ୍ୟୁରୋ): ପୂର୍ବତନ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ ଏବଂ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ନୋଟିସ୍‌ ଜାରି କରିଛି। ଏହାଦ୍ୱାରା ଉଭୟ ନେତାଙ୍କ ପାଇଁ ଅଡୁଆ ବଢ଼ିଲା ବୋଲି ଏବେ ଚର୍ଚ୍ଚା ହେଉଛି। ଗତ କିଛିଦିନ ତଳେ ମୋକିମ୍‌ଙ୍କ ନେତୃତ୍ୱରେ ଆୟୋଜିତ ଏକ ସଭାରେ ଦଳୀୟ ନେତୃତ୍ୱ ଏବଂ ସଙ୍ଗଠନକୁ ନେଇ ଉଭୟ ଟାର୍ଗେଟ କରିବା ଯୋଗୁ ଉଭୟଙ୍କୁ କାରଣ ଦର୍ଶାଅ ନୋଟିସ ହୋଇଛି। ଏଆଇସିସି ଶୃଙ୍ଖଳା କମିଟି ପକ୍ଷରୁ ନୋଟିସ୍‌ ଜାରି ହୋଇଥିବା ଜଣାପଡ଼ିଛି।
ସେପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଚିରଞ୍ଜୀବ ଓ ମୋକିମ୍‌ଙ୍କୁ ଏଆଇସିସି ପକ୍ଷରୁ ଆସିଥିବା କାରଣଦର୍ଶାଅ ନୋଟିସ୍‌ ବାବଦରେ ଅଧିକ କିଛି କହିବେନି। ଯାହା ଅଭିଯୋଗ ଆସିଥିଲା, ତାକୁ ଆମେ ଏଆଇସିସି ନିକଟକୁ ପଠାଇ ଦେଇଥିଲୁ। ତାହା ଉପରେ ଏଆଇସିସି ଯାହା ନିଷ୍ପତ୍ତି ନେଇଥିବ। କଂଗ୍ରେସ ସମସ୍ତଙ୍କୁ ନେଇ ଭାଜପା ଓ ବିଜେଡି ବିରୋଧରେ ଲଢ଼ିବାକୁ ଚେଷ୍ଟା କରୁଛି। ସେହି ରାସ୍ତାରେ ଯଦି କିଏ ବିରୋଧ କିମ୍ବା ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରେ ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହା ହାଇକମାଣ୍ଡଙ୍କ ନିଷ୍ପତ୍ତି ବୋଲି ଶରତ କହିଛନ୍ତି। ଅନ୍ୟପଟେ ଏହି ପ୍ରସଙ୍ଗରେ ଚିଠି ପାଇ ନ ଥିବା ମୋକିମ୍‌ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ୮ ତାରିଖରେ ସ୍ଥାନୀୟ ସୂଚନା ଭବନରେ ‘ଜାନକୀ-ବସନ୍ତ ଯୋଡ଼ି ଓଡ଼ିଶା ରାଜନୀତିର ସୁବର୍ଣ୍ଣ ଯୁଗ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ମୋକିମ୍‌ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସମାରୋହରେ ଚିରଞ୍ଜୀବ ବିଶ୍ୱାଳ ଯୋଗଦେଇ ରାଜ୍ୟ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଥିଲେ। ଏହି ଅବସରରେ ସେ କହିଥିଲେ, ଓଡ଼ିଶା ବିଧାନସଭାରେ କଂଗ୍ରେସରୁ ବର୍ତ୍ତମାନ ୯ ଜଣ ବିଧାୟକ ଥିବାବେଳେ ୨୦ ଜଣ କିନ୍ତୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅଛନ୍ତି। ଦିନକୁଦିନ ଏ ସଂଖ୍ୟା ବଢ଼ିବାରେ ଲାଗିଛି ବୋଲି ଚିରଞ୍ଜୀବ କହିଥିଲେ। ସମାନ ଢଙ୍ଗରେ ମହମ୍ମଦ ମୋକିମ୍‌ ମଧ୍ୟ ସମାଲୋଚନା କରିଥିଲେ। ଏହାସହ ଏହି ବୈଠକରେ ଅନ୍ୟ ଦଳର ନେତାଙ୍କୁ ମଧ୍ୟ ସାମିଲ କରାଯାଇଥିଲା, ଯେଉଁଥିଲାଗି ଉଭୟଙ୍କୁ କାରଣଦର୍ଶାଅ ନୋଟିସ୍‌ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ...

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri