ନେତୃତ୍ୱକୁ ଟାର୍ଗେଟ ପରେ ମୋକିମ୍‌, ଚିରଞ୍ଜୀବଙ୍କୁ ନୋଟିସ

ଭୁବନେଶ୍ବର,୨୯ା୫(ବ୍ୟୁରୋ): ପୂର୍ବତନ ପ୍ରଦେଶ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ଚିରଞ୍ଜୀବ ବିଶ୍ୱାଳ ଏବଂ କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କୁ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ନୋଟିସ୍‌ ଜାରି କରିଛି। ଏହାଦ୍ୱାରା ଉଭୟ ନେତାଙ୍କ ପାଇଁ ଅଡୁଆ ବଢ଼ିଲା ବୋଲି ଏବେ ଚର୍ଚ୍ଚା ହେଉଛି। ଗତ କିଛିଦିନ ତଳେ ମୋକିମ୍‌ଙ୍କ ନେତୃତ୍ୱରେ ଆୟୋଜିତ ଏକ ସଭାରେ ଦଳୀୟ ନେତୃତ୍ୱ ଏବଂ ସଙ୍ଗଠନକୁ ନେଇ ଉଭୟ ଟାର୍ଗେଟ କରିବା ଯୋଗୁ ଉଭୟଙ୍କୁ କାରଣ ଦର୍ଶାଅ ନୋଟିସ ହୋଇଛି। ଏଆଇସିସି ଶୃଙ୍ଖଳା କମିଟି ପକ୍ଷରୁ ନୋଟିସ୍‌ ଜାରି ହୋଇଥିବା ଜଣାପଡ଼ିଛି।
ସେପଟେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ କହିଛନ୍ତି, ଚିରଞ୍ଜୀବ ଓ ମୋକିମ୍‌ଙ୍କୁ ଏଆଇସିସି ପକ୍ଷରୁ ଆସିଥିବା କାରଣଦର୍ଶାଅ ନୋଟିସ୍‌ ବାବଦରେ ଅଧିକ କିଛି କହିବେନି। ଯାହା ଅଭିଯୋଗ ଆସିଥିଲା, ତାକୁ ଆମେ ଏଆଇସିସି ନିକଟକୁ ପଠାଇ ଦେଇଥିଲୁ। ତାହା ଉପରେ ଏଆଇସିସି ଯାହା ନିଷ୍ପତ୍ତି ନେଇଥିବ। କଂଗ୍ରେସ ସମସ୍ତଙ୍କୁ ନେଇ ଭାଜପା ଓ ବିଜେଡି ବିରୋଧରେ ଲଢ଼ିବାକୁ ଚେଷ୍ଟା କରୁଛି। ସେହି ରାସ୍ତାରେ ଯଦି କିଏ ବିରୋଧ କିମ୍ବା ବିଶୃଙ୍ଖଳିତ ଆଚରଣ ପ୍ରଦର୍ଶନ କରେ ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ। ଏହା ହାଇକମାଣ୍ଡଙ୍କ ନିଷ୍ପତ୍ତି ବୋଲି ଶରତ କହିଛନ୍ତି। ଅନ୍ୟପଟେ ଏହି ପ୍ରସଙ୍ଗରେ ଚିଠି ପାଇ ନ ଥିବା ମୋକିମ୍‌ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଗତ ୮ ତାରିଖରେ ସ୍ଥାନୀୟ ସୂଚନା ଭବନରେ ‘ଜାନକୀ-ବସନ୍ତ ଯୋଡ଼ି ଓଡ଼ିଶା ରାଜନୀତିର ସୁବର୍ଣ୍ଣ ଯୁଗ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ମୋକିମ୍‌ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିବା ସମାରୋହରେ ଚିରଞ୍ଜୀବ ବିଶ୍ୱାଳ ଯୋଗଦେଇ ରାଜ୍ୟ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଥିଲେ। ଏହି ଅବସରରେ ସେ କହିଥିଲେ, ଓଡ଼ିଶା ବିଧାନସଭାରେ କଂଗ୍ରେସରୁ ବର୍ତ୍ତମାନ ୯ ଜଣ ବିଧାୟକ ଥିବାବେଳେ ୨୦ ଜଣ କିନ୍ତୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଅଛନ୍ତି। ଦିନକୁଦିନ ଏ ସଂଖ୍ୟା ବଢ଼ିବାରେ ଲାଗିଛି ବୋଲି ଚିରଞ୍ଜୀବ କହିଥିଲେ। ସମାନ ଢଙ୍ଗରେ ମହମ୍ମଦ ମୋକିମ୍‌ ମଧ୍ୟ ସମାଲୋଚନା କରିଥିଲେ। ଏହାସହ ଏହି ବୈଠକରେ ଅନ୍ୟ ଦଳର ନେତାଙ୍କୁ ମଧ୍ୟ ସାମିଲ କରାଯାଇଥିଲା, ଯେଉଁଥିଲାଗି ଉଭୟଙ୍କୁ କାରଣଦର୍ଶାଅ ନୋଟିସ୍‌ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri