କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ଏନ୍‌ସିଆଇଏସ୍‌ଏମ୍‌କୁ ନୋଟିସ

ଖୋର୍ଦ୍ଧା ଅଫିସ,୩୦ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଯୋଗ୍ୟତାରେ ଡାକ୍ତରୀ ପାଠ ପଢୁଥିବା ଖବର ‘ଧରିତ୍ରୀ’ରେ ପ୍ରକାଶ ପାଇବା ପରେ ରାଜ୍ୟ ଆୟୁଷ ନିର୍ଦ୍ଦେଶାଳୟ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ବିଭିନ୍ନ ପର୍ଯ୍ୟାୟରେ ଆୟୁଷ ବିଭାଗ ପକ୍ଷରୁ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଉପରେ ତଦନ୍ତ ଜାରି ରହିଛି। ଅନ୍ୟପଟେ ଏ ସଂକ୍ରାନ୍ତୀୟ ଅଭିଯୋଗକୁ ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଗୁରୁତ୍ୱର ସହ ଗ୍ରହଣ କରିଛି। ନ୍ୟାଶନାଲ କମିଶନ ଫର ଇଣ୍ଡିଆନ ସିଷ୍ଟମ ଅଫ ମେଡିସିନ(ଏନ୍‌ସିଆଇଏସ୍‌ଏମ୍‌)କୁ ତୁରନ୍ତ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ନୋଟିସ ଜାରି କରିଛନ୍ତି।
ଉକ୍ତ କଲେଜରେ ବିନା ଯୋଗ୍ୟତାରେ ଛାତ୍ରୀଛାତ୍ରଙ୍କୁ ନାମଲେଖା ସୁଯୋଗ ଦିଆଯାଇଥିବା ନେଇ ରାଜ୍ୟ ଆୟୁଷ ନିର୍ଦ୍ଦେଶକଙ୍କ ନିକଟରେ ଅଭିଯୋଗ ହୋଇଥିଲା। ରାଜ୍ୟ ଆୟୁଷ ବିଭାଗ ଅଭିଯୋଗକୁ ଗୁରୁତ୍ୱର ସହ ନେବା ସହିତ ସମ୍ପୃକ୍ତ କଲେଜକୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। କଲେଜ କର୍ତ୍ତୃପକ୍ଷ କୌଣସି ଉତ୍ତର ରଖି ନ ଥିଲେ। ଗତ ୧୬ ତାରିଖରେ ବିଭାଗ ପକ୍ଷରୁ ପ୍ରଶାସନିକ ଅଧିକାରୀ ଶରତ ଚନ୍ଦ୍ର ମହାପାତ୍ର କଲେଜରେ ପହଞ୍ଚି ସପ୍ତାହ ବ୍ୟାପୀ ଯାଞ୍ଚ କରିଥିଲେ। ୨୦୧୬-୧୭/ ୨୦୧୭-୧୮ ଏବଂ ୨୦୨୦-୨୧ ବ୍ୟାଚ୍‌ର ନାମ ଲେଖାଇଥିବା ଛାତ୍ରୀଛାତ୍ରଙ୍କ ରେଜିଷ୍ଟର ଯାଞ୍ଚ କରିବା ସହ ବହୁ ଗୁରୁତ୍ୱର୍ପୂ୍‌ଣ୍ଣ ଡକ୍ୟୁମେଣ୍ଟ ନେଇଛନ୍ତି। ନାମଲେଖାରେ ବ୍ୟାପକ ଅନିୟମିତତା କରାଯାଇ ବାହାର କଲେଜ ଛାତ୍ରୀଛାତ୍ରଙ୍କୁ ବିନା ଯୋଗ୍ୟତାରେ ନାମଲେଖା ସୁଯୋଗ ଦିଆଯାଇଥିବା ଡକ୍ୟୁମେଣ୍ଟ ଆୟୁଷ ବିଭାଗ ହାତରେ ଲାଗିଛି। ପୂର୍ବରୁ ଉତ୍କଳ ବିଶ୍ୱବିଦ୍ୟାଳୟ ମଧ୍ୟ କଲେଜକୁ ଉକ୍ତ ଘଟଣାରେ ସ୍ପଷ୍ଟୀକରଣ ସହ ପିଲାଙ୍କ ପରୀକ୍ଷାକୁ ସ୍ଥଗିତ ରଖିଥିବା ଜଣାପଡିଛି। ତେବେ ବିନା ଯୋଗ୍ୟତାରେ ପିଲାମାନେ ଗୋପବନ୍ଧୁ ଆୟୁର୍ବେଦ କଲେଜରେ କିପରି ଡାକ୍ତରୀ ପାଠ ପଢୁଛନ୍ତି, ତାକୁ ନେଇ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି। ଏଭଳି ଅନିୟମିତତା ପାଇଁ କଲେଜ ଅଧ୍ୟକ୍ଷ ଓ କର୍ମଚାରୀଙ୍କ ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବାସହ ପିଲାଙ୍କ ଭବିଷ୍ୟତ ନେଇ ଆଶଙ୍କା ପ୍ରକାଶ ପାଇଛି।
ଅନ୍ୟପକ୍ଷରେ ଉକ୍ତ କଲେଜରେ ବିନା ଏନ୍‌ଇଇଟିରେ ଛାତ୍ରୀଛାତ୍ର ପାଠ ପଢୁଥିବା ନେଇ ଏକ ଅଭିଯୋଗ ଉପରେ ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାର ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଲାଗି ନ୍ୟାଶନାଲ କମିଶନ ଫର ଇଣ୍ଡିଆନ ସିଷ୍ଟମ୍‌ ଅଫ୍‌ ମେଡିସିନ(ଏନ୍‌ସିଆଇଏସ୍‌ଏମ୍‌)କୁ ନିର୍ଦ୍ଦେଶ ଦେଇଥିଲେ। ଏ ସମ୍ପର୍କିତ ରିପୋର୍ଟ ମନ୍ତ୍ରଣାଳୟ ନିକଟରେ ଦାଖଲ ନିର୍ଦ୍ଦେଶ ଦେଇଥିଲେ। ତେବେ ଏନ୍‌ସିଆଇଏସଏମ କୌଣସି କାର୍ଯ୍ୟାନୁଷ୍ଠାନ ନେବା ପରିବର୍ତ୍ତେ ଉତ୍କଳ ବିଶ୍ୱବିଦ୍ୟାଳୟକୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇ ନୀରବ ବସିଯାଇଥିଲେ। ଏଭଳି ଏକ ସମ୍ବେଦନ ପ୍ରସଙ୍ଗ ଏନ୍‌ସିଆଇଏସ୍‌ଏମ୍‌ର ତଦନ୍ତରେ ମନ୍ଥରତା ଏବଂ ଦାୟିତ୍ୱହୀନତା ବିରୋଧରେ ଆୟୁଷ ମନ୍ତ୍ରଣାଳୟ ସଚିବଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଗତ ୧୭ ତାରିଖରେ ଏହି ଅଭିଯୋଗ ପାଇବା ପରେ ମନ୍ତ୍ରଣାଳୟ ଚିଠି ନଂ.୬୩୯୮୬/୨୦୨୩/୨୪.୫.୨୩ ପ୍ରକାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ସହ ଏ ସମ୍ପର୍କରେ ମନ୍ତ୍ରଣାଳୟକୁ ଅବଗତ କରାଇବା ପାଇଁ ନୋଟିସ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri