ଜବାବ ଦାଖଲ ପାଇଁ ପ୍ରତିପକ୍ଷଙ୍କୁ ନୋଟିସ

କଟକ ଅଫିସ,୨୨ା୧୦: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକ ଅନ୍ତର୍ଗତ ନିର୍ଗୁଣ୍ଡି ରେଳଷ୍ଟେଶନ ନିକଟରେ ଡମ୍ପିଂୟାର୍ଡକୁ ନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଠାରେ ବେଆଇନ ଭାବେ ଡମ୍ପିଂୟାର୍ଡ କରାଯିବା ଫଳରେ ବିଲତେରୁଅଁା ଓ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡ଼ିକର ପରିବେଶ ପ୍ରଦୂଷିତ ହେଉଛି। ଏହାକୁ ତୁରନ୍ତ ବନ୍ଦ କରିବାକୁ ଗ୍ରାମବାସୀ ହାଇକୋର୍ଟରେ ଆବେଦନ କରିଛନ୍ତି। ବିଚାରପତି ଅରିନ୍ଦମ ସିହ୍ନାଙ୍କ ଖଣ୍ଡପୀଠ ଗୁରୁବାର ଉକ୍ତ ମାମଲାର ଶୁଣାଣି କରି ରେଲଓ୍ବେ ରିଜିଓନାଲ ମ୍ୟାନେଜର, ଓଡ଼ିଶା ମାଇନିଂ କର୍ପୋରେଶନର ମ୍ୟାନେଜିଂ ଡାଇରେକ୍ଟର, ଦୁଇଟି ଟ୍ରାନ୍ସପୋର୍ଟ ସଂସ୍ଥାକୁ ଜବାବ ଦାଖଲ ପାଇଁ ନୋଟିସ ଜାରି କରିଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୧୦ରେ ହେବ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ତ୍ରିଲୋଚନ ବାରିକ, ରମେଶ ଚନ୍ଦ୍ର ଭୋଇ ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏ. କେ. ଶର୍ମା ମାମଲା ପରିଚାଳନା କରୁଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ, ନିର୍ଗୁଣ୍ଡି ରେଳଷ୍ଟେଶନ ନିକଟ ରେଲଓ୍ବେ ସାଇଡିଂରେ କୋଇଲା ସମେତ ଅନ୍ୟାନ୍ୟ ଖଣିଜ ପଦାର୍ଥ ବେଆଇନ ଭାବେ ପକାଇ ଡମ୍ପିଂ କରାଯାଉଛି। ସେଗୁଡ଼ିକୁ ଲୋଡିଂ ଓ ଅନ୍‌ଲୋଡିଂ କରାଯିବାବେଳେ ବହୁ ପରିମାଣର ଧୂଳି ଉଡ଼ି ବିଲତେରୁଆଁ ଗ୍ରାମ ସମେତ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡ଼ିକର ପରିବେଶ ପ୍ରଦୂଷିତ ହେଉଛି। ଲୋକମାନଙ୍କଠାରେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଉଛି। ତେଣୁ ତୁରନ୍ତ ଏସବୁ ବନ୍ଦ କରାଯିବା ସହ ସେଠାରେ ସରକାରୀ ଜମିରେ ଚାଲିଥିବା ବେଆଇନ ରାସ୍ତା ଓ ନିର୍ମାଣକୁ ରୋକିବା ଦିଗରେ ଆଦେଶ ପ୍ରଦାନ କରିବାକୁ ବିଳାସ ଚନ୍ଦ୍ର ଭୋଇଙ୍କ ସମେତ ଗ୍ରାମବାସୀ ନିବେଦନ କରିଛନ୍ତି। ଏଥିରେ ରାଜ୍ୟ ସରକାରଙ୍କ ସମେତ ଓଡ଼ିଶା ମାଇନିଂ କର୍ପୋରେଶନର ମାନେଜିଂ ଡାଇରେକ୍ଟର, ନିର୍ଗୁଣ୍ଡି ଷ୍ଟେଶନ ମାଷ୍ଟର, କଟକ ଆଞ୍ଚଳିକ ପରିବହନ ଅଧିକାରୀ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଚେୟାରମ୍ୟାନ, କଟକ ଜିଲାପାଳ, ରେଲଓ୍ବେ ରିଜିଓନାଲ ମ୍ୟାନେଜର, ଦୁଇଟି ଟ୍ରାନ୍ସପୋର୍ଟ ସଂସ୍ଥାକୁ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri