ରଶ୍ମିରେଖାଙ୍କ ପ୍ରେମିକଙ୍କୁ ଥାନାରେ ହାଜର ହେବା ପାଇଁ ନୋଟିସ୍‌

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଓଲିଉଡ୍‌ର ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଆତ୍ମହତ୍ୟା ଘଟଣା ଦିନକୁ ଦିନ ନୂଆମୋଡ଼ ନେଉଛି। ତେବେ ତାଙ୍କ ପ୍ରେମିକ କୁହାଯାଉଥିବା ସନ୍ତୋଷ ପାତ୍ରଙ୍କୁ ନୟାପଲ୍ଲୀ ଥାନାରେ ହାଜର ହେବାକୁ ନୋଟିସ୍‌ କରାଯାଇଛି। ତଦନ୍ତରେ ସହଯୋଗ କରିବାକୁ ପୋଲିସ ପକ୍ଷରୁ ଏହି ନୋଟିସ୍‌ ଜାରି କରାଯାଇଛି।

ସୂଚନାଯୋଗ୍ୟ, ରଶ୍ମିରେଖାଙ୍କ ସହ ଲିଭ ଇନ୍‌ ରିଲେସନଶିପ୍‌ରେ ରହୁଥିଲେ ସନ୍ତୋଷ। ତେବେ ରଶ୍ମିରେଖାଙ୍କ ମୃତଦେହ ବ୍ୟବଚ୍ଛେଦ ବେଳେ ଜଣାପଡ଼ିଥିଲା ଯେ, ସେ ୩ ମାସର ଗର୍ଭବତୀ ଥିଲେ । ଯାହାକି ଘଟଣାକୁ ଭିନ୍ନ ମୋଡ଼ ଦେଇଛି । ଗତ ଶନିବାର ରଶ୍ମିରେଖା ଆତ୍ମହତ୍ୟା କରିଥିଲେ । ରବିବାର ମୃତଦେହ ବ୍ୟବଚ୍ଛେଦ ହୋଇଥିଲା। ବ୍ୟବଚ୍ଛେଦ ବେଳେ ଜଣାପଡ଼ିଥିଲା ଅଭିନେତ୍ରୀ ରଶ୍ମିରେଖା ୧୨ରୁ ୧୪ ସପ୍ତାହ ଗର୍ଭବତୀ ଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ରହିଛି । ଉକ୍ତ ରିପୋର୍ଟ ଗୁରୁବାର କମିଶନରେଟ ପୋଲିସକୁ ହସ୍ତାନ୍ତର କରାଯିବ।

ପୋଲିସ ସୂଚନାରୁ ପ୍ରକାଶ, ରଶ୍ମିରେଖାଙ୍କ ମୃତ୍ୟୁର ୪୫ ଦିନ ପୂର୍ବରୁ ଉଭୟଙ୍କ କୋର୍ଟ ମ୍ୟାରେଜ ହୋଇଥିଲା। ତେବେ କ’ଣ ପାଇଁ ରଶ୍ମିରେଖା ଆତ୍ମହତ୍ୟା କଲେ ତାହା ଏବେ ବି ରହସ୍ୟ ଘେରରେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri