ରାଜ୍ୟ ସରକାର, ନାଲ୍‌କୋ, ଇଡ୍‌କୋକୁ ନୋଟିସ

କଟକ,୨୫ା୯ (କାର୍ତ୍ତିକ ସାହୁ):କଳିଙ୍ଗ କୋଲ ମାଇନ୍ସ ପାଇଁ ଅଧିଗୃହୀତ ଜମି ନାଲକୋ ରେଲଓ୍ବେ ସାଇଡିଂ ନିମନ୍ତେ ବ୍ୟବହାର କରାଯିବା ବିରୋଧରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ହୋଇଛି। ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁ ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ନୋଟିସ ଜାରି କରିଛନ୍ତି। ରାଜ୍ୟ ସରକାରଙ୍କ ସମେତ ଇଡ୍‌କୋ, ନାଲକୋକୁୁ ଜବାବ ଦାଖଲ ପାଇଁ ଏହି ନୋଟିସ ଜାରି ହୋଇଛି। ଅକ୍ଟୋବର ୨୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। କଳିଙ୍ଗ କୋଲ ମାଇନ୍ସ ଲିମିଟେଡ୍‌ର ରେଲଓ୍ବେ ସାଇଡିଂ ପାଇଁ ୨୦୦୬ରେ ନୋଟିଫିକେଶନ ହୋଇଥିଲା। ଅନୁଗୋଳ ଜିଲା ଗୋଳାବନ୍ଧ ମୌଜାର ଜମି ଅଧିଗ୍ରହଣ ହୋଇଥିଲେ ବି ଅଦ୍ୟାବଧି ସରକାର ଉକ୍ତ ଜମି ଦଖଲକୁ ନେଇ ନ ଥିଲେ। ବର୍ତ୍ତମାନ ଉକ୍ତ ଜମିକୁ ବେଆଇନ ଭାବେ ନାଲକୋ ରେଲଓ୍ବେ ସାଇଡିଂ ପାଇଁ ସରକାର ଦେଉଛନ୍ତି। ଅଧିଗ୍ରହଣ ଯେଉଁ ଉଦ୍ଦେଶ୍ୟରେ ହୋଇଥିଲା ଏବେ ଆଉ ଏକ ଉଦ୍ଦେଶ୍ୟରେ ତାହା ବ୍ୟବହାର କରାଯାଉଥିବାରୁ ତାହାକୁ ବିରୋଧ କରାଯାଇଛି। ନରେନ୍ଦ୍ର କୁମାର ବିଶ୍ୱାଳଙ୍କ ସମେତ ମୋଟ ୬ଟି ଆବେଦନର ଏକତ୍ର ଶୁଣାଣି ହୋଇଛି। ଆବେଦନରୀଙ୍କ ପକ୍ଷରୁ ଆଇନଜୀବୀ ତ୍ରିଲୋଚନ ବାରିକ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri