ଷ୍ଟାଟସ୍‌ ରିପୋର୍ଟ ଦାଖଲ ପାଇଁ ନୋଟିସ

କଟକ ଅଫିସ,୧୦ା୧୧: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଙ୍ଗଠନ(ଡିଆର୍‌ଡିଓ) ତଥ୍ୟ ଲିକ୍‌ ମାମଲାରେ ହାଇକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତଦନ୍ତକାରୀ ସଂସ୍ଥାକୁ ନୋଟିସ ଜାରି କରିଛନ୍ତି। ଉକ୍ତ ମାମଲାର ତଦନ୍ତର ସ୍ଥିତି(ଷ୍ଟାଟସ) ରିପୋର୍ଟ ଦାଖଲ କରିବାପାଇଁ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍‌. ମୁରଲୀଧର ଓ ଜଷ୍ଟିସ୍‌ ଏ.କେ.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଡିସେମ୍ବର ୭ରେ ହେବ।
ଦେଶର ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ଚୋରି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଥିବାବେଳେ ରାଜ୍ୟ ସରକାର ଏହାର ତଦନ୍ତ କ୍ରାଇମବ୍ରାଞ୍ଚକୁ ଦେଇଛନ୍ତି। ଡିଆର୍‌ଡିଓ ତଥ୍ୟ ଲିକ୍‌ ଘଟଣାରେ ବିଦେଶୀ ମହିଳାଙ୍କ ସମ୍ପୃକ୍ତି ସମ୍ପର୍କରେ ଜଣାପଡ଼ିଛି। ତେଣୁ ଏହି ଘଟଣାର ତଦନ୍ତ ସିବିଆଇ ବା ଏନ୍‌ଆଇଏ ଦ୍ୱାରା କରାଯିବା ଉଚିତ୍‌। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଦ୍ୱାରା ଏହାର ତଦନ୍ତ କଲେ ପ୍ରକୃତ ଦୋଷୀ ଧରାପଡ଼ିବେ। ତେଣୁ ଏହି ମାମଲାର ତଦନ୍ତ ସିବିଆଇ କିମ୍ବା ଏନ୍‌ଆଇଏ ଭଳି କେନ୍ଦ୍ରୀୟ ସଂସ୍ଥା ଦ୍ୱାରା କରିବାକୁ ନିର୍ଦ୍ଦେଶ ଦେବାକୁ ଗତ ସେପ୍ଟେମ୍ବର ୨୮ରେ ଆଇନଜୀବୀ ଅରୁଣ କୁମାର ବୁଦ୍ଧିଆ ହାଇକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟ ଉକ୍ତ ଆବେଦନକୁ ଗ୍ରହଣ କରି ନୋଟିସ ଜାରି କରିଥିବା ଆଇନଜୀବୀ ଅରୁଣ ସୂଚନା ଦେଇଛନ୍ତି।
ଡିଆର୍‌ଡିଓ ଗୁପ୍ତ ତଥ୍ୟ ଲିକ୍‌ ମାମଲାରେ ଓଡ଼ିଶା ପୋଲିସ ଡିଆର୍‌ଡିଓର ୫ କର୍ମଚାରୀଙ୍କୁ ଗିରଫ କରିଥିଲା। କ୍ରାଇମବ୍ରାଞ୍ଚ ତଦନ୍ତ ସମୟରେ ଜଣେ ରହସ୍ୟମୟୀ ମହିଳାଙ୍କ ସମ୍ପୃକ୍ତି ଥିବା ଜାଣିବାକୁ ପାଇଥିଲା। ଏପରି କି ଉକ୍ତ ମହିଳାଙ୍କ ୪ଟି ଫେସ୍‌ବୁକ୍‌ ଆକାଉଣ୍ଟ ପାକିସ୍ତାନରୁ ଅପରେଟ୍‌ ହେଉଥିବା ଜଣାପଡ଼ିଥିଲା। ପ୍ରକ୍ସି ଆଇପି ଜରିଆରେ ଉକ୍ତ ମହିଳା ଲୋକେଶନ ଲୁଚାଉଥିଲେ। ପାକିସ୍ତାନରୁ ଅପରେଟ କରୁଥିଲେ ମଧ୍ୟ ଆମେରିକା, ଜର୍ମାନୀ, ଭାରତର ଆଇପି ଦର୍ଶାଉଥିଲେ। ଉକ୍ତ ରହସ୍ୟମୟୀ ହନିଟ୍ରାପ୍‌ରେ ଡିଆର୍‌ଡିଓର ୫ଜଣ କର୍ମଚାରୀଙ୍କ ପରି ରାଜସ୍ଥାନ ଯୋଧପୁରସ୍ଥିତ ମିଲିଟାରି ଇଞ୍ଜିନିୟରିଂ ସର୍ଭିସର ଜଣେ କର୍ମଚାରୀ ପଡ଼ିଥିଲେ। ସେ ମିଲିଟାରି ଇଞ୍ଜିନିୟରିଂ ସର୍ଭିସର ବହୁ ଗୁରୁତ୍ୱପୂର୍ଣ୍ଣ ଚିଠି ପତ୍ରର ଫଟୋ ମହିଳାଙ୍କ ନିକଟକୁ ପଠାଇଥିଲେ। ଏନେଇ ଗତ ଅକ୍ଟୋବର ୧୫ରେ ରାଜସ୍ଥାନରେ ଏକ ମାମଲା ରୁଜୁ ହୋଇଥିଲା। ସେହିପରି ଉପରୋକ୍ତ ଜଣେ ଅଭିଯୁକ୍ତଙ୍କଠାରୁ ମୁମ୍ବାଇର ଜଣେ ମହିଳା ୪୦ହଜାର ଟଙ୍କା ଧାର ନେଇ ଫେରାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri