Posted inଜାତୀୟ

କେନ୍ଦ୍ର, ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ

ନୂଆଦିଲ୍ଲୀ, ୧୯।୮(ପି.ଟି.): ପେଗାସସ୍‌ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ ପାଇଁ ପଶ୍ଚିମବଙ୍ଗ ସରକାର ତଦନ୍ତ କମିଶନ ଗଠନ କରିଥିବାରୁ ସୁପ୍ରିମକୋର୍ଟ ବୁଧବାର ଏନେଇ କେନ୍ଦ୍ର ଓ ଉକ୍ତ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୫କୁ ଧାର୍ଯ୍ୟ କରିଛନ୍ତି। ପଶ୍ଚିମବଙ୍ଗ ସରକାରଙ୍କ ତଦନ୍ତ କମିଶନ ଗଠନ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିଶନ ଦାଏର କରାଯାଇଥିଲା। ବିଚାର ଶେଷ ନ ହେବା ପର୍ଯ୍ୟନ୍ତ କମିଶନ ତଦନ୍ତ ନ କରିବାକୁ ଆବେଦନକାରୀଙ୍କ ଓକିଲ ସୌରଭ ମିଶ୍ର କୋର୍ଟଙ୍କୁ କହିଥିଲେ। ତେବେ ଆବେଦନକାରୀଙ୍କ ସତ୍ୟପାଠରେ ଅସଙ୍ଗତି ରହିଥିବା ଖଣ୍ଡପୀଠ କହିଥିଲେ। ଗୋଟିଏ ପଟେ ଆବେଦନକାରୀ ପେଗାସସ୍‌ ବିବାଦର ତଦନ୍ତ ଚାହୁଁଥିବାବେଳେ ଅନ୍ୟପଟେ ତଦନ୍ତ କମିଶନକୁ ବିରୋଧ କରୁଛନ୍ତି। ପିଟିଶନ ଏବଂ ସତ୍ୟପାଠରେ ସମାନତା ରହିବା ଜରୁରୀ ବୋଲି ଖଣ୍ଡପୀଠ କହିଥିଲେ। କେନ୍ଦ୍ର ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା ଉପସ୍ଥିତ ରହି ମାମଲା ସହ ଜଡ଼ିତ ସାମ୍ବିଧାନିକ ପ୍ରଶ୍ନ ଉପରେ ଅଦାଲତକୁ ସହାୟତା କରିବେ ବୋଲି କହିଥିଲେ। ତେବେ ଏହା ସମ୍ପୂର୍ଣ୍ଣ ଅସାମ୍ବିଧାନିକ ବୋଲି ଖଣ୍ଡପୀଠ ମତ ଦେଇଥିଲେ।
ପେଗାସସ୍‌ ସ୍ପାଏଓ୍ବେର ବ୍ୟବହାର କରାଯାଇ ଭାରତର ୩୦୦ରୁ ଊର୍ଦ୍ଧ୍ୱ ବିଶିଷ୍ଟ ବ୍ୟକ୍ତିଙ୍କ ମୋବାଇଲ ଫୋନ୍‌ ନମ୍ବରକୁ ଟାର୍ଗେଟ କରାଯାଇଥିବା ନେଇ ଏକ ଅନ୍ତର୍ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା। ଏହାର ତଦନ୍ତ ପାଇଁ ଗତ ମାସରେ ପଶ୍ଚିମବଙ୍ଗ ସରକାର ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ମଦନ ବି. ଲୋକୁର ଏବଂ କାଲକାଟା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜ୍ୟୋତିର୍ମୟ ଭଟ୍ଟାଚାର୍ଯ୍ୟଙ୍କୁ ନେଇ ତଦନ୍ତ କମିଶନ ଗଠନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri