ରାସ୍ତା ବିପର୍ଯ୍ୟସ୍ତ, ୭୫ ଲକ୍ଷ ପଇଠ ପାଇଁ କମ୍ପାନୀକୁ ନୋଟିସ୍‌

କେନ୍ଦୁଝର,୧୬ା୬(ସ୍ବ.ପ୍ର.): ଲୋକଙ୍କ ସୁରକ୍ଷିତ ଯାତାୟାତ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ତିଆରି କରାଯାଇଛି। ତେବେ ଉକ୍ତ ରାସ୍ତାରେ ଭାରିଯାନ ଚଳାଚଳ କରିବାରୁ ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଚାୟତ ଜାମୁଡିହାଠାରୁ ବିସ୍ତାପାଳ ପର୍ଯ୍ୟନ୍ତ ପ୍ରାୟ ୧.୪୨ କୋଟି ଟଙ୍କା ବ୍ୟୟରେ ଦୀର୍ଘ ୨.୬୦୭ କିମି ରାସ୍ତା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏନେଇ ସ୍ଥାନୀୟ ଲୋକେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହାକୁ ନେଇ ସଦର ବିଧାୟକ ମୋହନ ମାଝି ମଧ୍ୟ ନିକଟରେ ଏକ ବୈଠକରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ ହେଁ ରାସ୍ତା ଅବସ୍ଥାରେ ସୁଧାର ଆସି ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।

ସୂଚନାଯୋଗ୍ୟ, ଏହି ରାସ୍ତାରେ ସ୍ଥାନୀୟ ମୁରୁସୁଆଁସ୍ଥିତ ବ୍ରାଣ୍ଡ ଆଲ୍‌ଏଜ୍‌ ଆଣ୍ଡ ଷ୍ଟିଲ୍‌ କାରଖାନାର ଲୁହାପଥର ଓ ସ୍ପଞ୍ଜ ବୋଝେଇ ଟ୍ରକ, ଟ୍ରଲର ଆଦି ଯାତାୟାତ କରୁଥିବାରୁ ରାସ୍ତା କମ୍‌ ଦିନରେ ଭାଙ୍ଗି ଯାଇଥିବା ସ୍ଥାନୀୟ ଲୋକେ ଅଭିଯୋଗ ଆଣିଛନ୍ତି। ଗ୍ରାମ୍ୟ ଉନ୍ନୟନ ବିଭାଜନ-୧ ପକ୍ଷରୁ କମ୍ପାନୀ କର୍ତ୍ତୃପକ୍ଷଙ୍କୁ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରିବାକୁ ଆଦେଶ ସତ୍ତ୍ୱେ କମ୍ପାନୀ ନିଜସ୍ବ ରାସ୍ତା ବ୍ୟବହାର ନ କରି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ରାସ୍ତାରେ ଭାରିଯାନ ଚଳାଚଳ କରୁଛି। ଫଳରେ ରାସ୍ତାରୁ ପିଚୁ ଉଠି ଗମନାଗମନ ଅନୁପଯୋଗୀ ହୋଇପଡ଼ିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏହି ରାସ୍ତା ଦେଇ ବିସ୍ତାପାଳ, ମୁରସୁଆଁ, ଜାମୁଡିହା, ନୂଆଗାଁ, ବୀରକିଶୋରପୁର, ବିସ୍ତାପାଳ, ଭାଳୁପାଳିସାହି, ଖପରାଖାଇ, ଜାମୁପୋଶି, ରାଇକଳା, ଭାଲୁକା, ତାରତଖମଣ, ଟିଆଳିପଶି, ମଙ୍ଗଳାପଶି, ଅର୍ଶଳା ଆଦି ଅଞ୍ଚଳବାସୀ ନିର୍ଭର କରନ୍ତି। ତେବେ ରାସ୍ତାର କ୍ଷମତାଠାରୁ ବହୁ ଅଧିକ ଓଜନର ମାଲ ପରିବହନ ହେଉଛି। ଏହାକୁ ସ୍ଥାନୀୟ ଲୋକେ ବିରୋଧ କରୁଥିଲେ ହେଁ ପ୍ରଶାସନ ଶୁଣୁ ନ ଥିବାରୁ ତୁରନ୍ତ ପଦକ୍ଷେପ ନେବାକୁ ଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ କରାଯାଇଥିଲା। ଏହା ପରେ ବି କୌଣସି ପଦକ୍ଷେପ ଗ୍ରହଣ ହେଉନାହିଁ। ସ୍ଥାନୀୟ ଅଧିବାସୀ ଘନଶ୍ୟାମ ନାୟକ କହିଛନ୍ତି ଅନେକ ସମୟରେ କାରଖାନାକୁ ଯିବା ଆସିବା କରୁଥିବା ଭାରିଯାନ ଚଳାଚଳ, ରାସ୍ତାରେ ପାର୍କିଂ କରୁଥିବାରୁ ଯାତାୟାତରେ ବହୁ ଅସୁବିଧା ଦେଖାଦେଉଛି। ଅନ୍ୟପକ୍ଷରେ କମ୍ପାନୀ କର୍ତ୍ତୃପକ୍ଷ ୭୫ ଲକ୍ଷ ଟଙ୍କା ପଇଠ କରିବାକୁ ଗ୍ରାମ୍ୟ ଉନ୍ନୟନ ବିଭାଜନ-୧ ପକ୍ଷରୁ ଚିଠି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri