Posted inଜାତୀୟ

ଦୁର୍ନୀତି ଘୋଷଣା ନେଇ ଇସିଙ୍କୁ ନୋଟିସ

ନୂଆଦିଲ୍ଲୀ, ୧୬।୯(ପି.ଟି.): ନିର୍ବାଚନୀ ଗାଇଡ୍‌ଲାଇନର ଉଲ୍ଲଂଘନ କରୁଥିବା ରାଜନୈତିକ ଦଳଗୁଡ଼ିକ ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ବୋଲି ବୁଧବାର ଦିଲ୍ଲୀ ହାଇକୋର୍ଟ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କରିଛନ୍ତି। ଏଥିସହିତ ବିଭିନ୍ନ ଦଳ ନିର୍ବାଚନୀ ଇସ୍ତାହାରରେ କ୍ୟାଶ୍‌ ଟ୍ରାନ୍ସଫର କଥା କହୁଥିବାରୁ ଏହାକୁ ଦୁର୍ନୀତି ଭାବେ ଘୋଷଣା କରିବା ପାଇଁ ଏକ ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ନିର୍ବାଚନ କମିଶନଙ୍କୁ ଜବାବ ମାଗିଛନ୍ତି। କାର୍ଯ୍ୟାନୁଷ୍ଠାନ ଗ୍ରହଣରେ କୁଣ୍ଠା କାହିଁକି? କେବଳ ନୋଟିସ୍‌ ଏବଂ ପତ୍ର ନ ଲେଖି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ ଏବଂ ଜଷ୍ଟିସ୍‌ ଜ୍ୟୋତି ସିଂଙ୍କ ଖଣ୍ଡପୀଠ କହିଛନ୍ତି। ଦୁର୍ନୀତିପୂର୍ଣ୍ଣ କାର୍ଯ୍ୟକୁ ନେଇ ନିର୍ବାଚନ କମିଶନ ଗାଇଡ୍‌ଲାଇନ ଜାରି କରିବା ସହ ରାଜନୈତିକ ଦଳଗୁଡ଼ିକ ନିକଟକୁ ତାହା ପଠାଯାଇଥିବା ଇସିଙ୍କ ଓକିଲ କହିଥିଲେ। ତେବେ ଗାଇଡ୍‌ଲାଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେଉନି କାହିଁକି ବୋଲି ଖଣ୍ଡପୀଠ ପ୍ରଶ୍ନ କରିଥିଲେ। ‘ଭୋଟ ପାଇଁ ନୋଟ୍‌’ ପ୍ରତିଶ୍ରୁତି ଜନପ୍ରତିନିଧି ଆଇନର ଧାରା ୧୨୩ର ଉଲ୍ଲଂଘନ ହୋଇଥିବାରୁ ହାଇକୋର୍ଟ ଏହା ଉପରେ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି।
୨୦୧୯ ସାଧାରଣ ନିର୍ବାଚନ ବେଳେ ସମାଜର ନିର୍ଦ୍ଦିଷ୍ଟ ବର୍ଗଙ୍କୁ ଆର୍ଥତ୍କ ସହାୟତା ଯୋଗାଇ ଦେବା ଲାଗି ଭାରତୀୟ ଜାତୀୟ କଂଗ୍ରେସ (ଆଇଏନ୍‌ସି) ଏବଂ ତେଲୁଗୁ ଦେଶମ ପାର୍ଟି (ଟିଡିପି) ନିର୍ବାଚନୀ ଇସ୍ତାହାରରେ ଘୋଷଣା କରିଥିଲେ। ନୂ୍ୟନତମ ଆୟ ଯୋଜନା (ନ୍ୟାୟ)ରେ ଆର୍ଥିକ ଦୁର୍ବଳ ଶ୍ରେଣୀ ପରିବାରକୁ ବର୍ଷକୁ ୭୨,୦୦୦ ଟଙ୍କା ଯୋଗାଇ ଦିଆଯିବ ବୋଲି କଂଗ୍ରେସ କହିଥିଲା। ଏନେଇ ଖଣ୍ଡପୀଠ କଂଗ୍ରେସ ଏବଂ ଟିଡିପିକୁ ଜବାବ ମାଗିଛନ୍ତି। ଆଇନଜୀବୀ ପରାଶର ନାରାୟଣ ଶର୍ମା ଏବଂ କ୍ୟାପ୍‌ଟେନ୍‌ ଗୁର୍‌ବିନ୍ଦର ସଂଙ୍କ ପକ୍ଷରୁ ଏହି ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର ହୋଇଥିଲା। ବିନା କାମରେ ନିର୍ବାଚନୀ ଇସ୍ତାହାରରେ ଟଙ୍କା ଯଚାଯିବାକୁ ବେଆଇନ ଘୋଷଣା କରାଯିବା ନିମନ୍ତେ ସେମାନଙ୍କ ଓକିଲ ଦାବି କରିଥିଲେ। ବିନା କାର୍ଯ୍ୟରେ ଲୋକଙ୍କୁ ଟଙ୍କା ଦେଲେ ଦେଶର ଶିଳ୍ପ, କୃଷି ସବୁ ବରବାଦ ହୋଇଯିବ। ଦୁର୍ନୀତି ଉପାୟରେ ନୁହେଁ, ସ୍ବଚ୍ଛ ଓ ନିରପେକ୍ଷତାର ସହ ନିର୍ବାଚିତ ସରକାର ଉପରେ ଗଣତନ୍ତ୍ରର ସଫଳତା ନିର୍ଭର କରେ ବୋଲି ଆଇନଜୀବୀ ଅମରଦୀପ ମାଇନି କହିଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୨୪କୁ ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri