ଶ୍ରୀମନ୍ଦିରର ୩ ସେବକଙ୍କୁ କୈଫିୟତ ତଲବ: ଜଣେ ସେବକଙ୍କ ଶାଢ଼ିବନ୍ଧା ଆଦେଶ ପ୍ରତ୍ୟାହାର ନେଇ…

ପୁରୀ,୫ା୩(ଅଜିତ କୁମାର ମହାନ୍ତି): ଫେବୃଆରୀ ୨୮ରେ ସେବାପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କୈଫିୟତ୍‌ ତଲବ କରିଛନ୍ତି।

ରାମକୃଷ୍ଣ ଖୁଣ୍ଟିଆ, ଅନ୍ୟ ଜଣେ ପାଳିଆ ଖୁଣ୍ଟିଆ ସେବକଙ୍କ ଖଟଣିଆ ଭାବେ ପାଳି ଖଟିଥିବା ସତ୍ତ୍ୱେ, ନିର୍ଦ୍ଦିଷ୍ଟ ନୀତି ସମ୍ପାଦନରେ ଅହେତୁକ ବିଳମ୍ବ କରିବା ସହ କର୍ତ୍ତବ୍ୟରତ କର୍ମଚାରୀ ଓ ଅଧିକାରୀଙ୍କ ସହ ଅଶୋଭନୀୟ ବ୍ୟବହାର କରିଥିବା ଅଭିଯୋଗ ରହିଛି। ସେହିପରି ମାଧବ ଖୁଣ୍ଟିଆ (@ହାତୀ) ଓ ମଧୁସୂଦନ ଖୁଣ୍ଟିଆ (ଷଣ୍ଢି) ମଧ୍ୟ ସେବା ସମ୍ପାଦନରେ ବାଧା ସୃଷ୍ଟି କରି ବିଶୃଙ୍ଖଳା ପ୍ରଦର୍ଶନ କରିଥିବା ଅଭିଯୋଗ ଆସିଛି।

ଉକ୍ତ ୩ଜଣ ସେବକଙ୍କୁ ୭ ଦିନ ମଧ୍ୟରେ ନିଜର ଲିଖିତ କୈଫିୟତ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ରାମକୃଷ୍ଣ ଖୁଣ୍ଟିଆଙ୍କ ବିରୋଧରେ ଜାରି ହୋଇଥିବା ଶାଢ଼ୀବନ୍ଧା ଆଦେଶ କାହିଁକି ପ୍ରତ୍ୟାହାର କରାଯିବ ନାହିଁ, ସେ ବିଷୟରେ ସନ୍ତୋଷଜନକ ଉତ୍ତର ଦେବା ପାଇଁ ମଧ୍ୟ ନୋଟିସ ଜାରି କରାଯାଇଛି।

ଚଳିତ ବର୍ଷ ଦୋଳ ପୂର୍ଣ୍ଣିମା ସହ ଅନ୍ୟାନ୍ୟ ପର୍ବପର୍ବାଣିରେ ଅଧିକାଂଶ ସେବକଙ୍କ ସହଯୋଗ ଓ ସମନ୍ବୟରେ ସେବାପୂଜା ଶୃଂଖଳିତ ଭାବେ ସମ୍ପାଦିତ ହୋଇଆସୁଥିବା ବେଳେ କିଛି ସେବକଙ୍କ ଏପରି ଆଚରଣ ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଉଲ୍ଲେଖ କରିଛନ୍ତି। ବିଶୃଙ୍ଖଳ ଆଚରଣ ପ୍ରତି ଶ୍ରୀମନ୍ଦିର ଆଇନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ସଚେତନ କରାଇଛନ୍ତି।

ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପାଦନରେ ସହଯୋଗ ଓ ସମନ୍ବୟ ରକ୍ଷା କରୁଥିବା ସମସ୍ତ ସେବକଙ୍କ ପ୍ରତି ସେ କୃତଜ୍ଞତା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri