ଶ୍ରୀମନ୍ଦିରର ୩ ସେବକଙ୍କୁ କୈଫିୟତ ତଲବ: ଜଣେ ସେବକଙ୍କ ଶାଢ଼ିବନ୍ଧା ଆଦେଶ ପ୍ରତ୍ୟାହାର ନେଇ…

ପୁରୀ,୫ା୩(ଅଜିତ କୁମାର ମହାନ୍ତି): ଫେବୃଆରୀ ୨୮ରେ ସେବାପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କୈଫିୟତ୍‌ ତଲବ କରିଛନ୍ତି।

ରାମକୃଷ୍ଣ ଖୁଣ୍ଟିଆ, ଅନ୍ୟ ଜଣେ ପାଳିଆ ଖୁଣ୍ଟିଆ ସେବକଙ୍କ ଖଟଣିଆ ଭାବେ ପାଳି ଖଟିଥିବା ସତ୍ତ୍ୱେ, ନିର୍ଦ୍ଦିଷ୍ଟ ନୀତି ସମ୍ପାଦନରେ ଅହେତୁକ ବିଳମ୍ବ କରିବା ସହ କର୍ତ୍ତବ୍ୟରତ କର୍ମଚାରୀ ଓ ଅଧିକାରୀଙ୍କ ସହ ଅଶୋଭନୀୟ ବ୍ୟବହାର କରିଥିବା ଅଭିଯୋଗ ରହିଛି। ସେହିପରି ମାଧବ ଖୁଣ୍ଟିଆ (@ହାତୀ) ଓ ମଧୁସୂଦନ ଖୁଣ୍ଟିଆ (ଷଣ୍ଢି) ମଧ୍ୟ ସେବା ସମ୍ପାଦନରେ ବାଧା ସୃଷ୍ଟି କରି ବିଶୃଙ୍ଖଳା ପ୍ରଦର୍ଶନ କରିଥିବା ଅଭିଯୋଗ ଆସିଛି।

ଉକ୍ତ ୩ଜଣ ସେବକଙ୍କୁ ୭ ଦିନ ମଧ୍ୟରେ ନିଜର ଲିଖିତ କୈଫିୟତ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହିତ ରାମକୃଷ୍ଣ ଖୁଣ୍ଟିଆଙ୍କ ବିରୋଧରେ ଜାରି ହୋଇଥିବା ଶାଢ଼ୀବନ୍ଧା ଆଦେଶ କାହିଁକି ପ୍ରତ୍ୟାହାର କରାଯିବ ନାହିଁ, ସେ ବିଷୟରେ ସନ୍ତୋଷଜନକ ଉତ୍ତର ଦେବା ପାଇଁ ମଧ୍ୟ ନୋଟିସ ଜାରି କରାଯାଇଛି।

ଚଳିତ ବର୍ଷ ଦୋଳ ପୂର୍ଣ୍ଣିମା ସହ ଅନ୍ୟାନ୍ୟ ପର୍ବପର୍ବାଣିରେ ଅଧିକାଂଶ ସେବକଙ୍କ ସହଯୋଗ ଓ ସମନ୍ବୟରେ ସେବାପୂଜା ଶୃଂଖଳିତ ଭାବେ ସମ୍ପାଦିତ ହୋଇଆସୁଥିବା ବେଳେ କିଛି ସେବକଙ୍କ ଏପରି ଆଚରଣ ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଉଲ୍ଲେଖ କରିଛନ୍ତି। ବିଶୃଙ୍ଖଳ ଆଚରଣ ପ୍ରତି ଶ୍ରୀମନ୍ଦିର ଆଇନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ସଚେତନ କରାଇଛନ୍ତି।

ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପାଦନରେ ସହଯୋଗ ଓ ସମନ୍ବୟ ରକ୍ଷା କରୁଥିବା ସମସ୍ତ ସେବକଙ୍କ ପ୍ରତି ସେ କୃତଜ୍ଞତା ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?