Posted inଜାତୀୟ

ରାହୁଲଙ୍କୁ ବଙ୍ଗଳା ଖାଲି କରିବା ନୋଟିସ: ସିବଲ କହିଲେ ଛୋଟ ଲୋକଙ୍କ ଛୋଟ ରାଜନୀତି…

ନୂଆଦିଲ୍ଲୀ,୨୮।୩ : ବଙ୍ଗଳା ଖାଲି କରିବାକୁ ଜାରି କରାଯାଇଥିବା ବିଜ୍ଞପ୍ତିରେ ରାହୁଲ ଗାନ୍ଧୀ ପ୍ରତିକ୍ରିୟା ଦେଇଛନ୍ତି। ରାହୁଲ ଗାନ୍ଧୀ ଲୋକସଭା ସଚିବାଳୟକୁ ଧନ୍ୟବାଦ ଜଣାଇଛନ୍ତି। ତାଙ୍କୁ ଯାହା କୁହାଯାଇଛି ତାହା ପୂରଣ କରିବେ ବୋଲି ରାହୁଲ ଗାନ୍ଧୀ କହିଛନ୍ତି। ରାହୁଲ ଏହା ମଧ୍ୟ କହିଛନ୍ତି ଯେ ୧୨ ତୋଗଲକ ଲେନ ଘରେ ତାଙ୍କର ଅନେକ ସ୍ମୃତି ଅଛି ।
ସରକାରୀ ବଙ୍ଗଳା ଖାଲି କରିବା ନୋଟିସ ନେଇ କପିଲ ସିବଲ କେନ୍ଦ୍ର ସରକାରଙ୍କୁ ଏନେଇ କଡ଼ା ସମାଲୋଚନା କରିଛନ୍ତି। ଏହାକୁ ଛୋଟ ଛୋଟ ଲୋକଙ୍କ ଛୋଟ ରାଜନୀତି ବୋଲି ସେ କହିଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଙ୍ଗଳା ଖାଲି କରିବା ପ୍ରସଙ୍ଗରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କହିଛନ୍ତି ରାହୁଲ ତାଙ୍କ ମାଙ୍କ ସହ ରହିପାରିବେ। ଏହା ବ୍ୟତୀତ, ଯଦି ସେ ଚାହାଁନ୍ତି, ସେ ମଧ୍ୟ ମୋ ସହିତ ରହିପାରିବେ। ବଙ୍ଗଳା ଖାଲି କରିବାକୁ ରାହୁଲ ଗାନ୍ଧୀଙ୍କୁ ଏପ୍ରିଲ ୨୨ ପର୍ଯ୍ୟନ୍ତ ଗୃହ କମିଟି ୩୦ ଦିନର ସମୟ ଦେଇଛି। ଏହା ଅତ୍ୟନ୍ତ ନିନ୍ଦନୀୟ।

ଖାର୍ଗେ କହିଛନ୍ତି ରାହୁଲଙ୍କୁ ଯେପରି ଭୟଭୀତ କରିବା ପାଇଁ ଧମକ ଦିଆଯାଉଛି ଏବଂ ଅପମାନିତ କରାଯାଉଛି ତାହା ଠିକ ନୁହେଁ। ବେଳେବେଳେ ଆମକୁ ବଙ୍ଗଳା ବିନା ୩-୪ ମାସ ବିତାଇବାକୁ ପଡେ। ମୁଁ ନିଜେ ୬ ମାସ ପରେ ବଙ୍ଗଳା ପାଇଲି। ଏହା କେବଳ ଅପମାନିତ କରିବାର ଏକ ଷଡ଼ଯନ୍ତ୍ର। ଏହାକୁ ମୁଁ ନିନ୍ଦା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri