ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ମେ’ ୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୫ ସଂସଦୀୟ କ୍ଷେତ୍ର ଯଥା ସୁନ୍ଦରଗଡ଼, ବଲାଙ୍ଗୀର, ବରଗଡ଼, କନ୍ଧମାଳ ଏବଂ ଆସିକା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ମେ’ ୩ରେ ନାମାଙ୍କନପତ୍ର ଦାଖଲ ହୋଇ ୪ ରେ ଶେଷ ହେବ।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୧୮ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।