Posted inଜାତୀୟ

ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରକାଶ ପାଇବ ବିଜ୍ଞପ୍ତି

ନୂଆଦିଲ୍ଲୀ,୨୭।୩: ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୮୮ଟି ସଂସଦୀୟ କ୍ଷେତ୍ର ପାଇଁ ଆସନ୍ତାକାଲି ଅର୍ଥାତ ୨୮ ମାର୍ଚ୍ଚ ୨୦୨୪ରେ ବିଜ୍ଞପ୍ତି ପ୍ରକାଶ ପାଇବ ।

ଦ୍ୱିତୀୟ ପର୍ଯ୍ୟାୟରେ ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ ମଣ୍ଡଳୀରେ ଆଂଶିକ ମତଦାନ ସହିତ ଉପରୋକ୍ତ ୮୮ଟି ସଂସଦୀୟ କ୍ଷେତ୍ରରେ ନିର୍ବାଚନ ଆୟୋଜନ କରାଯିବ। ବାହ୍ୟ ମଣିପୁର ସଂସଦୀୟ କ୍ଷେତ୍ରର ବିଜ୍ଞପ୍ତିକୁ ପ୍ରଥମ ପର୍ଯ୍ୟାୟ ପାଇଁ ଜାରି ଗେଜେଟ୍‌ ବିଜ୍ଞପ୍ତିରେ ସାମିଲ କରାଯାଇଥିଲା। ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ କ୍ଷେତ୍ରର ୧୫ଟି ବିଧାନସଭା କ୍ଷେତ୍ରରେ ୧୯ ଏପ୍ରିଲ ୨୦୨୪ (ପର୍ଯ୍ୟାୟ ୧)ରେ ମତଦାନ ହେବ ଏବଂ ଏହି ସଂସଦୀୟ ନିର୍ବାଚନ ମଣ୍ଡଳୀର ୧୩ଟି ବିଧାନସଭା କ୍ଷେତ୍ରରେ ୨୬ ଏପ୍ରିଲ୍‌ ୨୦୨୪ (ଦ୍ୱିତୀୟ ପର୍ଯ୍ୟାୟ)ରେ ମତଦାନ ହେବ।

ଦ୍ୱିତୀୟ ପର୍ଯ୍ୟାୟରେ ସାମିଲ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ହେଉଛି – ଆସାମ, ବିହାର, ଛତିଶଗଡ଼, ଜାମ୍ମୁ ଓ କାଶ୍ମୀର, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତ୍ରିପୁରା, ଉତ୍ତର ପ୍ରଦେଶ ଓ ପଶ୍ଚିମବଙ୍ଗ। ଏହାବ୍ୟତୀତ ମଣିପୁରର ଗୋଟିଏ ସଂସଦୀୟ କ୍ଷେତ୍ର (ବାହ୍ୟ ମଣିପୁର)ର ଗୋଟିଏ ଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri