ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ ସମସ୍ତ ସୁବିଧା ସୁଯୋଗ ପାଇବେ। ନିୟମିତ କର୍ମଚାରୀ ଲେଭଲ୍-ଭି (ଏ) ଦରମା ପିଛିଲା ଭାବେ ଅର୍ଥାତ୍ ଗତ ଜାନୁଆରୀ ୧ରୁ ପାଇବେ। ସେହିପରି ଚାକିରିରେ ଯୋଗଦେବା ଦିନରୁ ସେମାନଙ୍କୁ ନିୟମିତ ଭାବେ ଗଣନା କରାଯିବ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପରେ ରାଜ୍ୟର ପ୍ରାୟ ୧୩ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ଉପକୃତ ହେବେ। ସୂଚନାଯୋଗ୍ୟ, କନିଷ୍ଠ ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ପ୍ରାୟ ୬ ମାସ ପୂର୍ବରୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମାତ୍ର ନିୟମିତ ବିଜ୍ଞପ୍ତି ପ୍ରକାଶ ପାଉ ନ ଥିବାରୁ ଗତ ୨୨ ତାରିଖରେ ହଜାର ହଜାର କନିଷ୍ଠ ଶିକ୍ଷକ ଆନ୍ଦୋଳନକୁ ଓହ୍ଲାଇଥିଲେ। ୨୩ ତାରିଖରେ ସେମାନଙ୍କୁ ନିୟମିତ କରାଯାଉଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯିବା ପରେ ସେମାନେ ଆନ୍ଦୋଳନରୁ ଓହରିଥିଲେ।
Dharitri – Odisha’s No.1 Odia Daily

