ରାଜ୍ୟର ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଦାଖଲ

ନୂଆଦିଲ୍ଲୀ /ଭୁବନେଶ୍ୱର,୧୮।୪:ଦେଶର ଚତୁର୍ଥ ଏବଂ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ଆଜିଠୁ ଦେଶରେ ଓ ରାଜ୍ୟରେ ଆରମ୍ଭ ହେବ ନାମାଙ୍କନ ଦାଖଲ ପ୍ରକ୍ରିୟା।

ପ୍ରାର୍ଥୀମାନେ ଏପ୍ରିଲ ୨୫ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ କରିବେ। ଏପ୍ରିଲ ୨୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ଓ ଏପ୍ରିଲ ୨୯ ପ୍ରାର୍ଥୀ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମେ ୧୩ ତାରିଖରେ ଓଡିଶାରେ ହେବ ପ୍ରଥମ ପର୍ଯ୍ୟାୟ ଭୋଟ। କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ମତଦାନ ହେବ। କେଉଁଠି କେଉଁ ସମୟରେ ଭେଟ ଗ୍ରହଣ ହେବ ସେନେଇ ମଧ୍ୟ ବିଜ୍ଞପ୍ତିରେ ଦର୍ଶାଯାଇଛି ।

କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଥିବା ନୂଆପ ଖ ଲାଂଜିଗଡ଼ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ । ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ସକାଳ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ । ନବରଙ୍ଗପୁର ଲୋକସଭା କ୍ଷେତ୍ରର ଉମରକୋଟ, ଝରିଗାଁ ଓ ଡାବୁଗାଁ ଓ ନବରଙ୍ଗପୁର ବିଧାନସଭା ଆସନରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବ । କୋଟପା, ମାଲକାନଗିରି, ଚିତ୍ରକୋଣ୍ଡାରେ ୭ଟାରୁ ୫ଟା ଭୋଟ ଗ୍ରହଣ ହେବ । ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ପାରଳାଖେମୁଣ୍ଡିରେ ସକାଳ ୭ଟାରୁ ସଂଧ୍ୟା ୬ଟା। କେବଳ ମୋହନାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ଗ୍ରହଣ ହେବ। କୋରାପୁଟ ସଂସଦୀୟ କ୍ଷେତ୍ରର ଗୁଣୁପୁର, ବିଷମକଟକ, ରାୟଗଡ଼ା ଓ କୋରାପୁଟ ବିଧାନସଭା କ୍ଷେତ୍ରରେ ସକାଶ ୭ଟାରୁ ଅପରାହ୍ନ ୫ଟା ଯାଏଁ ଭୋଟ ଗ୍ରହଣ ହେବ । ସେହିପରି ଲକ୍ଷ୍ମୀପୁର ଓ ପଟାଙ୍ଗୀରେ ସକାଳ ୭ଟାରୁ ଅପରାହ୍ନ ୪ଟା ଓ ଜୟପୁର ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ ।

ସୂଚନାଯୋଗ୍ୟ, ଦେଶରେ ପ୍ରଥମ ପର୍ଯ୍ୟାୟ ର୍ନିବାଚନ ପାଇଁ ଆସନ୍ତାକାଲି ପ୍ରଥମପର୍ଯ୍ୟାୟ ଭୋଟହେବ। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୧୦୨ ସିଟ ପାଇଁ ଭୋଟିଂ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଶିମିଳିପାଳ ବାନଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବାନଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ

ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା।...

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ...

ବିଜେଡିରେ ଫାଟ: ପ୍ରଦୀପ-ରମେଶ ଗୋଷ୍ଠୀ ମୁହାଁମୁହିଁ

ନବରଙ୍ଗପୁର/ଝରିଗାଁ,୧।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ):ନିର୍ବାଚନ ଯେତିକି ପାଖେଇ ଆସୁଛି, ଝରିଗାଁ ନିର୍ବାଚନମଣ୍ଡଳୀରେ ବିଜେଡି ଟେନ୍‌ସନ ସେତିକି ବଢ଼ିବାରେ ଲାଗିଛି। ବିଜେଡିରେ ଫାଟ ଥିବା ଅଭିଯୋଗ ହେଉଛି।...

କୋଭିଶିଲ୍ଡ ଟିକାର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଟିଟିଏସ୍‌

ନୂଆଦିଲ୍ଲୀ,୧ା୫: କୋଭିଡ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ କୋଟି କୋଟି ଲୋକ ଅଷ୍ଟ୍ରାଜେନିକା କମ୍ପାନୀର କୋଭିଶିଲ୍ଡ ଟିକା ନେଇଥିଲେ। ଏହି...

ସୁଗନ୍ଧ ହରାଉଛି ଭାରତୀୟ ମସଲା

ହାଇଦ୍ରାବାଦ/ନୂଆଦିଲ୍ଲୀ,୧ା୫: ପ୍ରଥମେ ହଂକଂ ଓ ସିଙ୍ଗାପୁର। ଆମେରିକା ପରେ ଏବେ ଅଷ୍ଟ୍ରେଲିଆ। ଏମିତି ଗୋଟିଏ ପରେ ଗୋଟିଏ ଦେଶରେ ସୁଗନ୍ଧ ହରାଇବସିଛି ଭାରତୀୟ ମସଲା। ଏମ୍‌ଡିଏଚ୍‌...

ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ...

‘ଆୟୁଷ୍ମାନ୍‌ ଭାରତ ଅତି ଦୁର୍ବଳ’

ନୂଆଦିଲ୍ଲୀ,୧ା୫(ପି.ଟି.):କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ସ୍ବାସ୍ଥ୍ୟ ଯୋଜନାକୁ ଅତି ଦୁର୍ବଳ ଭାବେ ଗଢ଼ାଯାଇଛି। ଏହାକୁ ଉପଯୁକ୍ତ ପାଣ୍ଠି ମଧ୍ୟ ଯୋଗାଇ ଦିଆଯାଉ ନାହିଁ ବୋଲି ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri